Posted inଜାତୀୟ

ଆର୍‌ଏସ୍‌ଏସ୍‌ ନେତାଙ୍କୁ ଭେଟିଲେ ୟେଦୁରପ୍ପା: ଉପର ନିର୍ଦ୍ଦେଶକୁ ଅପେକ୍ଷା

ବେଙ୍ଗାଲୁରୁ,୨୫ା୭(ପି.ଟି.): ମୁଖ୍ୟମନ୍ତ୍ରୀ ହେବା ପାଇଁ ପାଗ ଭିଡ଼ିଥିବା ଭାଜପାର କର୍ନାଟକ ସଭାପତି ବି.ଏସ୍‌. ୟେଦୁରପ୍ପା ଉପର ନିର୍ଦ୍ଦେଶକୁ ଅପେକ୍ଷା କରିଛନ୍ତି। ଦଳର କେନ୍ଦ୍ରୀୟ ନେତାଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ବିକଳ୍ପ ସରକାର ଗଠନ ନେଇ ରାଜ୍ୟପାଳଙ୍କ ନିକଟରେ ସେ ଦାବି ଜଣାଇବେ ବୋଲି ୟେଦୁରପ୍ପା ସୂଚନା ଦେଇଛନ୍ତି।
ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ ୧୪ ମାସିଆ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ମଙ୍ଗଳବାର ଆସ୍ଥାଭୋଟରେ ପରାଜିତ ହେବା ପରେ ୩ ସପ୍ତାହ ଧରି ଚାଲିଥିବା କ୍ଷମତାଯୁଦ୍ଧ ନାଟକର ଯବନିକା ପଡ଼ିଛି। ଏହାସହ ୟେଦୁରପ୍ପାଙ୍କ ନେତୃତ୍ୱରେ ଭାଜପା ସରକାର ଗଢ଼ିବା ପାଇଁ ପଥ ପରିଷ୍କାର ହୋଇଛି। ଏହି ପରିପ୍ରେକ୍ଷୀରେ ୟେଦୁରପ୍ପା ବେଙ୍ଗାଲୁରୁସ୍ଥିତ ଆର୍‌ଏସ୍‌ଏସ୍‌ ରାଜ୍ୟ ମୁଖ୍ୟାଳୟ ‘କେଶବ କୃପା’ରେ ସଂଘ ନେତାଙ୍କୁ ଭେଟିଛନ୍ତି। ସେ କହିଛନ୍ତି, ନୂଆଦିଲ୍ଲୀରୁ କେବେ ନିର୍ଦ୍ଦେଶ ଆସୁଛି ତାକୁ ଅପେକ୍ଷା କରିଛନ୍ତି। ନିର୍ଦ୍ଦେଶ ମିଳିବା ପରେ ବିଧାୟକ ଦଳ ବୈଠକ ଡାକି ରାଜଭବନକୁ ଯିବେ। ଆର୍‌ଏସ୍‌ଏସ୍‌ର ବିନା ଆଶୀର୍ବାଦ ଓ ସହଯୋଗରେ କିଛି ସମ୍ଭବ ନୁହେଁ। ତେଣୁ ପରବର୍ତ୍ତୀ ପଦକ୍ଷେପ ନେବା ପୂର୍ବରୁ ସେ ସଂଘ ପରିବାରର ଆଶୀର୍ବାଦ ନେବା ପାଇଁ ସେଠାକୁ ଯାଇଥିବା କହିଛନ୍ତି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ନିର୍ଦ୍ଦେଶ ପରେ ହିଁ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଦଳର ବରିଷ୍ଠ ନେତା ଜେ.ସି. ମଧୁସ୍ବାମୀ କହିଛନ୍ତି।
ରାଜ୍ୟରେ ଭାଜପା ସରକାର ଗଠନ କଲେ ଏହା ସପକ୍ଷରେ ନାମମାତ୍ର ସଂଖ୍ୟାଗରିଷ୍ଠତା ରହିବ। କୌଣସି ସମୟରେ ଭାଜପା ବିଧାୟକ ଏପଟ ସେପଟ ହେଲେ ପୁଣି ସଙ୍କଟ ଦେଖାଦେବ। ତେଣୁ ସରକାର ଗଢ଼ି ୟେଦୁରପ୍ପାଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଯିବ ନା ରାଷ୍ଟ୍ରପତି ଶାସନ ଜାରି କରାଯିବ ସେନେଇ ଭାଜପାର ଶୀର୍ଷ ନେତାମାନେ ଚିନ୍ତା କରୁଥିବା ଜଣାପଡ଼ିଛି। ରାଷ୍ଟ୍ରପତି ଶାସନ ଜାରି ହେଲେ ୬ ମାସ ମଧ୍ୟରେ ନିର୍ବାଚନ ହେବ। ଏଥିରେ ଭାଜପା ବୃହତ୍‌ ଜନାଦେଶ ପାଇ କ୍ଷମତାକୁ ଫେରିବ ବୋଲି ଆଶା କରୁଛି। ତେଣୁ ତରବରିଆ ଭାବେ କୌଣସି ନିଷ୍ପତ୍ତି ନେବାକୁ ଦଳ ଚାହୁଁନାହିଁ। ଅନ୍ୟପକ୍ଷରେ ଆସ୍ଥାଭୋଟରେ ପରାଜୟ ପରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟର ଭବିଷ୍ୟତ ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଛି। ବିଦାୟୀ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ ବିଧାୟକ ଦଳ ବୈଠକ ପରେ କହିଛନ୍ତି, ଏବେ ଉଭୟ କଂଗ୍ରେସ ଓ ଆମେ ମୁକ୍ତ। କଂଗ୍ରେସ ନେତାମାନେ ତାଙ୍କ ସହ କିଛି ଆଲୋଚନା କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri