ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଦୁଇ ଗାଡ଼ି ନଂ. ଏନ୍ଏମ୍ ୦୨କ୍ୟୁ ୧୩୩୬ ଟ୍ରକ ଓ ସିଜି ୦୪ଜେଡି ୭୨୮୫ଟ୍ରଲରକୁ ଜବତ କରାଯାଇଛି। ଗାଡି ଡ୍ରାଇଭର ଓ ଖଲାସୀ ଘଟଣାସ୍ଥଳରୁ ଫେରାର୍ ହୋଇ ଯାଇଛନ୍ତି। ନିଉ ପ୍ଲେଟ ମିଲ ପଛରେ ଉଭୟ ଗାଡିକୁ ସୁରକ୍ଷା କର୍ମୀ ଅଟକ ରଖିଛନ୍ତି। ଏହି ଦୁଇଟି ଗାଡି ଗେଟ ଡେଇଁ କିଭଳି ଆର୍ଏସ୍ପି ପରିସରକୁ ଓ କାହିଁକି ପ୍ରବେଶ କରିଥିଲା ସେନେଇ ଉଚ୍ଚ କର୍ତ୍ତୃପକ୍ଷ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଦାୟିତ୍ୱରେ ଥିବା ୫ଜଣ ସୁରକ୍ଷା କର୍ମୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତେବେ ଏହାର ସତ୍ୟାସତ୍ୟ ନେଇ କେହି କିଛି କହିବାକୁ ମନା କରି ଦେଇଛନ୍ତି। ଟାଙ୍ଗରପାଲ୍ଲୀ ଥାନା କର୍ତ୍ତୃପକ୍ଷ ଘଟଣାକୁ ସ୍ବୀକାର କରିଥିଲେ ବି ଠିକ ତଥ୍ୟ ଦେଇପାରି ନାହାନ୍ତି।
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...
ବସ୍ କାଚ ଭାଙ୍ଗି ଜାଳିଦେଲେ …
ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍ର କାଚ ଭାଙ୍ଗି ଜାଳି...
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍ ସହ ରହିଛି…
ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...
ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…
କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
Archives


