ଆର୍‌ଟିଓ କାର୍ଯ୍ୟାଳୟରେ ଅବ୍ୟବସ୍ଥା: ଡିଏଲ ଟେଷ୍ଟ ପାଇଁ ଆସି ହନ୍ତସନ୍ତ

ଅନୁଗୋଳ ଅଫିସ, ୨୧।୧୧ – ଅନୁଗୋଳ ପଞ୍ଚମହଲାସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ବୁଧବାର ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଫାଇନାଲ ଡ୍ରାଇଭିଂ ପରୀକ୍ଷା ପାଇଁ ୫୦ରୁ ଊର୍ଦ୍ଧ୍ୱ ଆବେଦନକାରୀ ଆସିଥିବାବେଳେ ଅଫିସ ଛୁଟି ଥିବାରୁ ସେମାନେ ହନ୍ତସନ୍ତ ହୋଇଥିଲେ। ପ୍ରତିବାଦ ସ୍ବରୂପ ସେମାନେ ୫୫ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଲୋକଙ୍କ ମଧ୍ୟରେ ଅସନ୍ତୋଷ ଉଗ୍ରରୂପ ନେବା ପରେ ବାଧ୍ୟ ହୋଇ ଅଫିସ ଖୋଲାଯାଇଥିଲା ଏବଂ ନିୟମ ଅନୁଯାୟୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।
ପ୍ରଥମାଷ୍ଟମୀ ପାଇଁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ପଶ୍ଚିମାଞ୍ଚଳ ରାଜସ୍ବ ଆୟୁକ୍ତ ଛୁଟି ଘୋଷଣା କରିଥିଲେ। ଅନୁଗୋଳ ଆରଟିଓ କାର୍ଯ୍ୟାଳୟ ପକ୍ଷରୁ ପୂର୍ବରୁ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଡ୍ରାଇଭିଂ ଲାଇସେନ୍ସର ଲର୍ନିଂ ମିଳିଥିଲା। ଫାଇନାଲ ଡ଼୍ରାଇଭିଂ ଟେଷ୍ଟ ପାଇଁ ୨୦ତାରିଖ ଧାର୍ଯ୍ୟ ହୋଇଥିଲା। ସମ୍ପୃକ୍ତ ଲୋକମାନେ ନିର୍ଦ୍ଧାରିତ ସମୟରେ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ହେଲେ ଆର୍‌ଟିଓ କାର୍ଯ୍ୟାଳୟ ବନ୍ଦ ଥିଲା। ହେଲେ ସେଠାରେ କେତେଜଣ ଆର୍‌ଟିଓ କର୍ମଚାରୀ ଯାନବାହନ ଯାଞ୍ଚ କରୁଥିଲେ। ସେମାନଙ୍କର ଡ଼୍ରାଇଭିଂ ଲାଇସେନ୍ସ ଟେଷ୍ଟ ସମ୍ପର୍କରେ ପଚାରିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ଦୂରଦୂରାନ୍ତରୁ ଆସିଥିବା ଲୋକମାନେ ଡିଏଲ୍‌ ଟେଷ୍ଟ ପାଇଁ ଜିଦ୍‌ କରିଥିଲେ। ଦୀର୍ଘ ସମୟ ଯାଏ ପଦକ୍ଷେପ ନିଆ ନ ଯିବାରୁ ଗାଡ଼ିଚାଳକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ସେମାନେ ୫୫ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଅଧଘଣ୍ଟା ଧରି ଯାନବାହନ ଚଳାଚଳ ଠପ୍‌ ହୋଇଯାଇଥିଲା। ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ଆରଟିଓଙ୍କ ସହ ଆଲୋଚନା କରିଥିଲେ। ଏହାପରେ ଆର୍‌ଟିଓ କାର୍ଯ୍ୟାଳୟ ଖୋଲିଥିଲା। ଉପସ୍ଥିତ ଲୋକଙ୍କ ପରୀକ୍ଷା ପରେ ପୁଣି କାର୍ଯ୍ୟାଳୟ ବନ୍ଦ ହୋଇଥିଲା। ଏ ନେଇ ଆରଟିଓ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ କୁହନ୍ତି, ଛୁଟିଥିବାରୁ କାର୍ଯ୍ୟାଳୟ ବନ୍ଦ ଥିଲା। ହେଲେ ଏତେ ସଂଖ୍ୟାରେ ଲୋକ ଆସିଥିବାରୁ କାର୍ଯ୍ୟାଳୟ ଖୋଲିବାକୁ ବାଧ୍ୟ ହେଲୁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଆମେରିକା-ଇସ୍ରାଏଲ ପରେ ଏସବୁ ଦେଶକୁ ଧମକ ଦେଲା ଇରାନ, ବିଶ୍ୱରେ ଚହଳ…

ତେହରାନ,୨୦।୩: ଇରାନ ବ୍ରିଟେନକୁ ଏକ କଠୋର ଚେତାବନୀ ଦେଇଛି। ଏହା କହିଛି ଯେ ଯଦି ବ୍ରିଟେନ ଆମେରିକାକୁ ତାର ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦିଏ,…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri