ଆର୍‌ଟିଓ, ମେଡିକାଲରୁ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁରୁବାର ଭଦ୍ରକ ଜିଲା ଚିକିତ୍ସାଳୟରୁ ୪ ଦଲାଲଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଥିଲା। ଶୁକ୍ରବାର ଏହି ଚିକିତ୍ସାଳୟରୁ ଅନ୍ୟ ଜଣେ ଦଲାଲଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପୌରାଞ୍ଚଳ ଅଧୀନ କୁଅଁାସ ଗ୍ରାମର ଲକ୍ଷ୍ମଣ ବେହେରା। ଏ ନେଇ ଥାନାରେ ଏକ ମାମଲା(ନଂ.୨୯୦/୧୯) ରୁଜୁ କରାଯାଇଛି। ସେହିଭଳି ଗ୍ରାମାଞ୍ଚଳ ଥାନା ପୋଲିସ ଆର୍‌ଟିଓରୁ ଜଣେ ଦଲାଲଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗ୍ରାମାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱରେ ଶୁକ୍ରବାର ସକାଳେ ଏକ ଟିମ୍‌ ସାଦା ପୋଷାକରେ ଆର୍‌ଟିଓରେ ଘୂରି ବୁଲିବା ସମୟରେ ଏହି ଦଲାଲଙ୍କୁ ଧରିଥିଲା। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ପୀରହାଟ ଅଞ୍ଚଳ ଖେଦରପୁର ଗ୍ରାମର ମୃତ୍ୟୁଞ୍ଜୟ ମହାନ୍ତି। ଏ ନେଇ ପୋଲିସ ମାମଲା(ନଂ. ୫୨୪/୧୯) ରୁଜୁ କରିଛି। ମୃତ୍ୟୁଞ୍ଜୟ ଆର୍‌ଟିଓକୁ ବିଭିନ୍ନ କାମ ପାଇଁ ଆସୁଥିବା ଲୋକଙ୍କୁ ପ୍ରବର୍ତ୍ତାଇ ସେମାନଙ୍କଠାରୁ ମୋଟା ଅଙ୍କର ଅର୍ଥ ନେଉଥିଲେ ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri