ଆର୍‌ପିଏଫ୍‌ ପ୍ରତିଷ୍ଠା ଦିବସ: ୩୫ ଯବାନ ପୁରସ୍କୃତ

ଭୁବନେଶ୍ୱର, ୨-୯(ବ୍ୟୁରୋ): ପୂର୍ବତଟ ରେଳପଥ ମୁଖ୍ୟାଳୟରେ ମଙ୍ଗଳବାର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌)ର ୩୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆର୍‌ପିଏଫ୍‌ ଆଇଜି ରାଜା ରାମଙ୍କ ନେତୃତ୍ୱରେ ଆୟୋଜିତ ପରେଡରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଭିବାଦନ ଗ୍ରହଣ କରିଥିଲେ। ଯାତ୍ରୀଙ୍କ ସୁରକ୍ଷା ପ୍ରତି ଆର୍‌ପିଏଫ୍‌ ବିଶେଷ ଧ୍ୟାନ ଦେବା ଜରୁରୀ ବୋଲି ବିଦ୍ୟାଭୂଷଣ ଆହ୍ବାନ ଦେବା ସହ ରେଳ ସମ୍ପତ୍ତି ଓ ଯାତ୍ରୀଙ୍କ ପ୍ରତି ଯବାନଙ୍କ ନିଷ୍ଠାପର କର୍ତ୍ତବ୍ୟକୁ ପ୍ରଶଂସା କରିଥିଲେ। ଭୁବନେଶ୍ୱର ଆର୍‌ପିଏଫ୍‌ ପୋଷ୍ଟ ଆଇଆଇସି କାଳୁ ସେଠୀ କମାଣ୍ଡିଙ୍ଗ କରିଥିବାବେଳେ ମହିଳା ବାହିନୀର ନେତୃତ୍ୱ ନେଇଥିଲେ ଏସ୍‌ଆଇ ବିନୀତା ଶର୍ମା। ଏହି ଅବସରରେ ସନ୍ଧାନୀ କୁକୁରମାନେ କୌଶଳ ପ୍ରଦର୍ଶନ କରିଥିଲେ। ଏଥିସହ ଦୁଃସାହସିକ ମୋଟରସାଇକେଲ କ୍ରୀଡା ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। କର୍ତ୍ତବ୍ୟ ପରାୟଣ, ନିଷ୍ଠାପର ଓ ସାହସିକତା ପାଇଁ ୩୫ଜଣ ଆର୍‌ପିଏଫ୍‌ ଯବାନଙ୍କୁ ପୁରସ୍କୃତ କରାଯାଇଥିଲା। ସନ୍ଧ୍ୟାରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ବଡାଖାନା ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri