ଆର୍‌ବିଆଇର ବଳକା ଅର୍ଥ ପ୍ରଦାନ; ଜଲାନ କମିଟିରେ ହେଉନି ସହମତି

ନୂଆଦିଲ୍ଲୀ,୧୩-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ବଳକା ଅର୍ଥ ପ୍ରଦାନକୁ ନେଇ ଗାଇଡଲାଇନ ପ୍ରସ୍ତୁତ କରିବାକୁ ଗଠିତ ୬ ଜଣିଆ ବିମଳ ଜଲାନ କମିଟିରେ ସହମତି ପ୍ରକାଶ ପାଇପାରୁନାହିଁ। ଏହି କାରଣରୁ ରିପୋର୍ଟ ପ୍ରଦାନରେ ବିଳମ୍ବ ହେଉଛି। ଜଣେ ଅଧିକାରୀ କହିଛନ୍ତି ଯେ, ଚଳିତ ମାସ ଶେଷରେ ରିପୋର୍ଟ ପ୍ରଦାନ ପୂର୍ବରୁ କମିଟି ଆଉ ଥରେ ବୈଠକରେ ବସିବ। ଉଲ୍ଲେଖଥାଉ କି, ଗତବର୍ଷ ଡିସେମ୍ବର ୨୬ରେ ଆର୍‌ବିଆଇ ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ୬ ସଦସ୍ୟବିଶିଷ୍ଟ କମିଟି ଗଠନ କରାଯାଇଥିଲା। ଆର୍‌ବିଆଇ ନିକଟରେ ବଳକା ଥିବା ଅର୍ଥ ମଧ୍ୟରୁ ଅଧିକାଂଶ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବା ଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଯୁକ୍ତି ଦର୍ଶାଯାଇଛି। ଅନ୍ୟପକ୍ଷରେ ଲାଭାଂଶ ବ୍ୟତୀତ ଅଧିକ ଅର୍ଥ ଦେବାକୁ କେନ୍ଦ୍ରୀୟ ବ୍ୟାଙ୍କ ରାଜି ନୁହେଁ। ଉଭୟଙ୍କ ମଧ୍ୟରେ ମତପାର୍ଥକ୍ୟ ଦେଖାଦେବା ପରେ ଆର୍‌ବିଆଇର ପୁଞ୍ଜି ଢାଞ୍ଚା ସମୀକ୍ଷା ଲାଗି ଉକ୍ତ କମିଟି ଗଠନ କରାଯାଇଛି। ବର୍ତ୍ତମାନ ଆର୍‌ବିଆଇ ନିକଟରେ ୯.୬ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ରହିଛି। ଏହି କମିଟିରେ ଜଲାନଙ୍କ ବ୍ୟତିତ ଆର୍‌ବିଆଇର ପୂର୍ବତନ ଡେପୁଟି ଗଭର୍ନର ରାକେଶ ମୋହନ, ଅର୍ଥ ସଚିବ ସୁଭାଷ ଚନ୍ଦ୍ର ଗର୍ଗ, ଆର୍‌ବିଆଇର ବର୍ତ୍ତମାନ ଡେପୁଟି ଗଭର୍ନର ଏନ୍‌.ଏସ୍‌.ବିଶ୍ୱନାଥନ ଏବଂ କେନ୍ଦ୍ରୀୟ ବ୍ୟାଙ୍କ ନିର୍ଦ୍ଦେଶକ ମଣ୍ଡଳର ଦୁଇ ଜଣ ସଦସ୍ୟ ଭାରତ ଦୋଷୀ ଏବଂ ସୁଧୀର ମଙ୍କଡ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

କେବେ ମାର୍କେଟକୁ ଆସିଥିଲା Melody Toffees? ଯାହାକୁ ମେଲୋନିଙ୍କୁ ଗିଫ୍ଟ ଦେଲେ ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ମୋଦୀ ବର୍ତ୍ତମାନ ପାଞ୍ଚଟି ଦେଶ ଗସ୍ତରେ ଅଛନ୍ତି: ନରୱେ, ସୱିଡେନ, ନେଦରଲ୍ୟାଣ୍ଡ, ୟୁଏଇ ଏବଂ ଇଟାଲୀ। ଏହି ଯାତ୍ରାର ଶେଷ ପର୍ଯ୍ୟାୟରେ, ସେ ଇଟାଲୀର…

ବ୍ୟାଙ୍କ୍‌ରୁ ଟଙ୍କା ଟ୍ରାନ୍ସଫର ପାଇଁ ଆସିବ ଦୁଇଟା OTP, ଜାଣନ୍ତୁ କ’ଣ କରିବେ…

ନୂଆଦିଲ୍‌ଲୀ,୨୦।୫: ଏବେ, ବ୍ୟାଙ୍କିଙ୍ଗ କାରବାର ସମୟରେ, ଏକ ପ୍ରମାଣୀକରଣ OTP କେବଳ ଆକାଉଣ୍ଟଧାରୀଙ୍କୁ ନୁହେଁ ବରଂ ସେମାନଙ୍କ ବିଶ୍ୱସ୍ତ ସମ୍ପର୍କ ଏବଂ ପରିବାର ସଦସ୍ୟଙ୍କ ମୋବାଇଲ ଫୋନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri