ଆର୍‌ବିଆଇ ଏପ୍ରିଲ-ମାର୍ଚ୍ଚ ଆର୍ଥିକ ବର୍ଷ ଆପଣାଉ: ଜଲାନ କମିଟି

ମୁମ୍ବାଇ,୨୯-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିଜର ଆର୍ଥିକ ବର୍ଷରେ ପରିବର୍ତ୍ତନ ଆଣି ଏପ୍ରିଲରୁ ମାର୍ଚ୍ଚ ବ୍ୟବସ୍ଥା ଆପଣାଉ ବୋଲି ବିମଳ ଜଲାନ କମିଟି ରିପୋର୍ଟରେ ସୁପାରିସ କରାଯାଇଛି। ଏହାଦ୍ୱାରା କେନ୍ଦ୍ର ସରକାରଙ୍କୁ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଆଉ ଅନ୍ତରୀଣ ଲାଭାଂଶ ଦେବାକୁ ପଡିବ ନାହିଁ ବୋଲି ରିପୋର୍ଟରେ କୁହାଯାଇଛି। ଏଥିସହ ରିଜର୍ଭ ବ୍ୟାଙ୍କର ଆର୍ଥିକ ପୁଞ୍ଜି ବ୍ୟବସ୍ଥାକୁ ପ୍ରତି ୫ ବର୍ଷରେ ଥରେ ସମୀକ୍ଷା କରାଯିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ ରିଜର୍ଭ ବ୍ୟାଙ୍କ ଇତିମଧ୍ୟରେ ସରକାରଙ୍କୁ ୫୨,୬୩୭ କୋଟି ଟଙ୍କାର ଅତିରିକ୍ତ ପୁଞ୍ଜି ପ୍ରଦାନ କରିସାରିଛି। ଏହାବ୍ୟତୀତ ୧,୨୩,୪୧୪ କୋଟି ଟଙ୍କାର ଲାଭାଂଶ ଓ ଅତିରିକ୍ତ ପୁଞ୍ଜିକୁ ସରକାରଙ୍କୁ ଦିଆଯିବ। ଏଥିନେଇ ଆର୍‌ବିଆଇ ବୋର୍ଡ ସୁପାରିସକୁ ଅନୁମୋଦନ କରିସାରିଛି। ରିପୋର୍ଟରେ କୁହାଯାଇଛି ଯେ, ରିଜର୍ଭ ବ୍ୟାଙ୍କର କାର୍ଯ୍ୟଶୈଳୀ ଓ ଆର୍ଥିକ କ୍ଷେତ୍ରରେ ବିପଦ ଦେଖାଦେଲେ ଆର୍ଥିକ ପୁଞ୍ଜି ନିୟମର ସମୀକ୍ଷା ମଝିରେ ଯେ କୌଣସି ସମୟରେ କରିହେବ। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପୁଞ୍ଜି ପ୍ରଦାନ ନେଇ ନୀତି ପ୍ରଣୟନ କରିବାକୁ କୁହାଯାଇଛି। ଜଲାନ କମିଟି କହିଛନ୍ତି ଯେ, ସରକାରଙ୍କ ସହ ଉନ୍ନତ ତାଳମେଳ ରକ୍ଷା ପାଇଁ ରିଜର୍ଭ ବ୍ୟାଙ୍କର ଆର୍ଥିକ ବର୍ଷରେ ପରିବର୍ତ୍ତନ ଜରୁରୀ। ଏହାଦ୍ୱାରା ବିଭିନ୍ନ ଅନୁମାନ ଓ ପ୍ରକାଶନ ମାମଲାରେ ସରକାରଙ୍କ ସହ ସମନ୍ବୟ ରକ୍ଷା କରିବା ସହଜ ହେବ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri