ଆର୍‌ବିଆଇ କେନ୍ଦ୍ରୀୟ ବୋର୍ଡର ବୈଠକ;ଅର୍ବାନ କୋଅପରେଟିଭ ବ୍ୟାଙ୍କ ପରିଚାଳନା ନେଇ ସମୀକ୍ଷା

ଭୁବନେଶ୍ୱର,୧୪-୧୨(ପି.ଟି): ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) କେନ୍ଦ୍ରୀୟ ବୋର୍ଡ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଅର୍ବାନ କୋଅପରେଟିଭ ବ୍ୟାଙ୍କଗୁଡିକର ପରିଚାଳନା ଧାରା ଏବଂ ଏ ନେଇ ରହିଥିବା ବିଭିନ୍ନ ନିୟାମାବଳୀ ଉପରେ ବୈଠକରେ ସମୀକ୍ଷା କରାଯାଇଥିଲା। ନିକଟରେ ସାମ୍ନାକୁ ଆସିଥିବା ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର (ପିଏମ୍‌ସି) ବ୍ୟାଙ୍କ ଠକେଇ ପରେ କେନ୍ଦ୍ରୀୟ ବ୍ୟାଙ୍କ ଏଭଳି ଏକ ପଦକ୍ଷେପ ଗ୍ରହଣ କରିଥିବା ଜଣାପଡିଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତା ଗଠିତ କେନ୍ଦ୍ରୀୟ କମିଟି ଦେଶ ସାମ୍ନା କରୁଥିବା ବିଭିନ୍ନ ଚ୍ୟାଲେଞ୍ଜ ବର୍ତ୍ତମାନର ଆର୍ଥତ୍କ ସ୍ଥିତି ଉପରେ ଆଲୋଚନା ହୋଇଥିବା ଜଣାପଡିଛି। ସହରାଞ୍ଚଳ ସମବାୟ ବ୍ୟାଙ୍କଗୁଡିକ କାର୍ଯ୍ୟଶୈଳୀକୁ ସଙ୍ଗଠିତ ଏବଂ ଅନୁପାଳନ ଧାରାକୁ ଦୃଢ କରିବା ଦିଗରେ ନିୟମ ଆଣିବାକୁ ବୈଠକରେ ଫୋକସ କରାଯାଇଥିବା ସୂଚନା ରହିଛି।
ପିଏମ୍‌ସି ବ୍ୟାଙ୍କରେ ଋଣ ଠକେଇ ସାମ୍ନାକୁ ଆସିବା ପରେ ରିଜର୍ଭ ବ୍ୟାଙ୍କ ଏହାର ୯.୧୫ ଲକ୍ଷ ଜମାକାରୀଙ୍କ ଉପରେ ଉଠାଣ କଟକଣା ଜାରି କରିଥିଲା। ହାଉସିଂ ଡେଭଲପମେଣ୍ଟ ଆଣ୍ଡ ଇନଫ୍ରାଷ୍ଟକଚର ଲିମିଟେଡ ଭଳି ଏକ ବାଣିଜି୍ୟକ ଗ୍ରୁପକୁ ପ୍ରାୟ ୬ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଋଣ ପ୍ରଦାନ କରାଯିବା ଫଳରେ ବ୍ୟାଙ୍କର ସ୍ଥିତି ବିଗିଡିଥିଲା। ଏହି ଋଣ ମଧ୍ୟରୁ କେବଳ ୪୩୯.୫୮ କୋଟି ଟଙ୍କାର ଋଣ ସମ୍ପର୍କରେ ରିଜର୍ଭ ବ୍ୟାଙ୍କକୁ ଜଣାଯାଇଥିଲା। ବଳକା ୫,୭୮୬ କୋଟି ଟଙ୍କା ର ଋଣ କେନ୍ଦ୍ରୀୟ ବ୍ୟାଙ୍କ ଅଗୋଚରରେ ରହିଥିଲା। ବୈଠକରେ ଆର୍‌ବିଆଇ ଡେପୁଟି ଗଭର୍ନର ଏନ୍‌.ଏସ୍‌. ବିଶ୍ୱନାଥନ, ବି.ପି.କାନୁନଗୋ, ମହେଶ କୁମାର ଜୈନଙ୍କ ସମେତ କେନ୍ଦ୍ରୀୟ ବୋର୍ଡର ଅନ୍ୟ ନିର୍ଦ୍ଦେଶକ ଏନ୍‌.ଚନ୍ଦ୍ରଶେକରନ, ଭାରତ ଦୋଶୀ, ସୁଧୀର ମଙ୍କଡ, ମନୀଷ ସଭରଓ୍ବାଲ, ଅଶୋକ ଗୁଲାଟି, ପ୍ରସନ୍ନ କୁମାର ମହାନ୍ତି, ସତୀଶ ମରାଠେ, ସ୍ବାମୀନାଥନ ଗୁରୁମୂର୍ତ୍ତୀ, ରେଭଥୀ ଆୟର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri