Posted inଖେଳ

ଆର୍‌ସିଏ ନିର୍ବାଚନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଲଢ଼ିବେ

ଜୟପୁର,୧୩।୯(ପିଟି): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବ ରାଜସ୍ଥାନ କ୍ରିକେଟ ଆସୋସିଏଶନ(ଆରସିଏ) ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ବିସିସିଆଇ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ଆସୋସିଏଶନର ନିର୍ବାଚନ ପ୍ରକ୍ରିୟା ଚଳିତ ମାସ ୨୮ ତାରିଖ ସୁଦ୍ଧା ଶେଷ ହେବା ଦରକାର। ବୈଭବ ପୂର୍ବରୁ ରାଜ୍ୟର କ୍ରୀଡ଼ା ପ୍ରଶାସକ ଭାବେ କାର୍ଯ୍ୟ କରିସାରିଛନ୍ତି। ରାଜସମାନ୍ଦ କ୍ରିକେଟ ଆସୋସିଏଶନରେ କୋଷାଧକ୍ଷ ଦାୟିତ୍ୱ ସମ୍ଭାଳିଥିଲେ। ରାଜ୍ୟର ଯେ କୌଣସି ଜିଲା କ୍ରିକେଟ ଆସୋସିଏଶନର କର୍ମକର୍ତ୍ତା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ। ନିକଟରେ ବିସିସିଆଇ ଆରସିଏ ଉପରୁ ବାସନ୍ଦାଦେଶ ଉଠାଇଥିଲା। ବୈଭବ ଆରସିଏର ଅର୍ଗାନାଇଜିଂ କମିଟିର ସଦସ୍ୟ ଥିଲେ। ଯୋଧପୁର ଜିଲା କ୍ରିକେଟ ଆସୋସିଏଶନ ପକ୍ଷରୁ ସେ ନିର୍ବାଚନ ଲଢ଼ିବେ। ଅନ୍ୟପକ୍ଷରେ ରାଜସ୍ଥାନ ବିଧାନସଭାର ପୂର୍ବତନ ବିରୋଧୀ ଦଳ ନେତା ରାମେଶ୍ୱର ଦୁଦି ମଧ୍ୟ ରାଜ୍ୟ କ୍ରିକେଟ ନିର୍ବାଚନକୁ ଓହ୍ଲାଇଛନ୍ତି। ନିକଟରେ ସେ ବିନା ପ୍ରତିଦ୍ୱନ୍ଦ୍ୱୀରେ ନାଗାଉର ଜିଲାର କ୍ରିକେଟ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ଉଲ୍ଲେଖଥାଉ କି, ବୈଭବ ଲୋକ ସଭା ନିର୍ବାଚନରେ ଯୋଧପୁରରୁ ଛିଡ଼ା ହୋଇଥିଲେ। କଂଗ୍ରେସ ଗଡ଼ ଭାବେ ଜଣାଶୁଣା ଜୋଦପୁର ଆସନରେ ଭାଜପାର ଗଜେନ୍ଦ୍ର ସିଂ ଶେଖାଓ୍ବତଙ୍କଠାରୁ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?