Posted inଜାତୀୟ

ଆର୍‌.କେ ପାଚୌରିଙ୍କ ପରଲୋକ

ନୂଆଦିଲ୍ଲୀ,୧୪।୨: ବିଶିଷ୍ଟ ପରିବେଶବିତ ତଥା ପୂର୍ବତନ ଶକ୍ତି ଓ ସମ୍ବଳ ପ୍ରତିଷ୍ଠାନ(ଟିଇଆରଆଇ)ର ମୁଖ୍ୟ ଆର.କେ ପାଚୌରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତର ଶିକାର ହୋଇ ଚିକିତ୍ସିତ ହେଉଥିଲେ। ୧୯୪୦ ମସିହା ଅଗଷ୍ଟ ୨୦ରେ ଉତ୍ତରାଖଣ୍ଡରେ ପାଚୌରୀ ଜନ୍ମ ଗ୍ରହଣ କରିଥିଲେ। ସେ ଜଳବାୟୁ ପରିବର୍ତ୍ତନ ଉପରେ ଗଠନ ହୋଇଥିବା ଇଣ୍ଟର ଗର୍ଭନମେଣ୍ଟାଲ ପ୍ୟାନେଲର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଛନ୍ତି। ୨୦୧୫ରେ ତାଙ୍କର ଜଣେ ମହିଳା ସହଯୋଗୀ ପାଚୌରୀଙ୍କ ବିରୋଧରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଥିଲେ। ପାଚୌରୀ ୨୦୦୨ରୁ ୨୦୧୫ ପର୍ଯ୍ୟନ୍ତ ଜାତିସଂଘର ଇଣ୍ଟର ଗଭର୍ଣ୍ଣମେଣ୍ଟ ପ୍ୟାନେଲ ଅନ କ୍ଲାଇମେଟ ଚେଞ୍ଜ (ଆଇପିସିସି)ର ଅଧ୍ୟକ୍ଷ ଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ୨୦୦୭ରେ ଆଇପିସିସି ନୋବେଲ ଶାନ୍ତି ପୁରସ୍କାର ପାଇଥିଲା। ପାଚୌରୀ ଏହି ନୋବେଲ ପୁରସ୍କାର ଗ୍ରହଣ କରିଥିଲେ। ୨୦୦୮ରେ ତାଙ୍କୁ ଭାରତ ସରକାର ପଦ୍ମବିଭୂଷଣ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri