ଆଲପାଇନର ବିଶାଳ ହିମଖଣ୍ଡ ଭାଙ୍ଗିଲା, ବରଫ ତଳେ ଦବି ୫ ମୃତ…

ରୋମ୍‌, ୪।୭ : ଇଟାଲୀର ଆଲପାଇନ ପର୍ବତମାଳାରେ ଏକ ବିଶାଳ ହିମଖଣ୍ଡ ଭାଙ୍ଗିଯାଇଛି। ଏହି ଘଟଣା ରବିବାର ଅପରାହ୍ନରେ ଘଟିଛି। ଏଥିରେ ବରଫ ତଳେ ଦବି ହୋଇ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଠ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଛନ୍ତି।

ଇଟାଲୀର ରାଷ୍ଟ୍ରାୟତ୍ତ ଟେଲିଭିଜନ ଚ୍ୟାନେଲ ରାୟ କହିଛି ଯେ ବରଫ ଓ ପଥର ଆବର୍ଜନାରେ ୬ ଜଣ ଆହତ ହୋଇଥିଲେ ମଧ୍ୟ ମୃତ୍ୟୁସଂଖ୍ୟା ନିଶ୍ଚିତ ହୋଇପାରି ନାହିଁ। ବହୁ ଲୋକ ନିଖୋଜ ଅଛନ୍ତି । ତେଣୁ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।

ଜାତୀୟ ଆଲପାଇନ ଏବଂ ଗୁମ୍ଫା ଉଦ୍ଧାରକାରୀ ଦଳ ଟୁଇଟ କରି କହିଛନ୍ତି ଯେ ମାରମୋଲାଡା ଶିଖର ଅଞ୍ଚଳରେ ଚାଲିଥିବା ଉଦ୍ଧାର କାର୍ଯ୍ୟରେ ପାଞ୍ଚଟି ହେଲିକପ୍ଟର ଏବଂ ସ୍ନିଫର୍‌ କୁକୁର ବ୍ୟବହାର କରାଯାଉଛି। ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ଏକ ଟୁଇଟରେ କୁହାଯାଇଛି ଯେ,ଗ୍ଲେସିୟର ଭୁଶୁଡ଼ିବା ପରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଆଠ ଜଣ ଆହତ ହୋଇଛନ୍ତି, ଯେଉଁଥିରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଭେନେଟୋ ଅଞ୍ଚଳରେ ଅବସ୍ଥିତ ଏସୟୁଇଏମ ଡିସପ୍ୟାଚ୍‌ ସର୍ଭିସ୍‌ କହିଛି ଯେ ବରଫ ଏବଂ ପଥର ଆବର୍ଜନା ମଧ୍ୟରେ ୧୮ ଜଣ ଅଟକି ରହିଥିଲେ। ସେମାନଙ୍କୁ ଆଲପାଇନ ରେସକ୍ୟୁ କର୍ପସ କର୍ମଚାରୀ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ। ଡୋଲୋମାଇଟ୍ସ ମାର୍ମୋଲାଡାର ସର୍ବୋଚ୍ଚ ଶିଖର। ଏହାର ଉଚ୍ଚତାପ୍ରାୟ ୧୧,୦୦୦ ଫୁଟ। ଆଲପାଇନ ରେସକ୍ୟୁ ସର୍ଭିସର ମୁଖପାତ୍ର ୱାଲ୍ଟର ମିଲାନ ରାୟ ଚ୍ୟାନେଲକୁ କହିଛନ୍ତି ଯେ ଗ୍ଲାସିଅରର ଏକ ବଡ଼ ଅଂଶ ଭାଙ୍ଗିଯିବା କାରଣ ସମ୍ପର୍କରେ କିଛି ଜଣା ପଡି ନାହିଁ। ସେ କହିଛନ୍ତି ଯେ ଜୁନ ମାସରୁ ଇଟାଲୀରେ ପ୍ରବଳ ଗରମ ହେବାରେ ଲାଗିଛି। ଗ୍ଲେସିୟର ଭାଙ୍ଗିବାର ଉତ୍ତାପ ମଧ୍ୟ ମୁଖ୍ୟ କାରଣ ହୋଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?