Posted inଜାତୀୟ

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି ଷଡ଼ଯନ୍ତ୍ର। ଇଦ୍‌-ଉଲ୍‌-ଜୁହା ପାଳନ ପାଇଁ ସୋମବାର ଉପତ୍ୟକା ସମେତ ଭାରତର ବିଭିନ୍ନ ସହର ଉତ୍ସବମୁଖର ହେବାକୁ ଥିବାବେଳେ ଆକ୍ରମଣ ପାଇଁ ଯୋଜନା କରିଛି ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌)। ଆଉ ଏହାକୁ ପାକିସ୍ତାନର କୁଖ୍ୟାତ୍‌ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ସମର୍ଥନ ମିଳିଛି। ଏନେଇ ଗୋଇନ୍ଦା ବ୍ୟୁରୋ (ଆଇବି) ପକ୍ଷରୁ ରିପୋର୍ଟ ମିଳିବା ପରେ ଦେଶର ରାଜ୍ୟ ପୋଲିସ ମୁଖ୍ୟାଳୟଗୁଡ଼ିକରେ ଆଲର୍ଟ ଜାରି କରାଯାଇଛି।
ମିଳିଥିବା ସୂଚନାନୁସାରେ ଆଇଏସ୍‌ ଏବଂ ପାକିସ୍ତାନ ସମର୍ଥତ୍ତ କଠୋରପନ୍ଥୀ ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଦେଶର ଜନଗହଳିପୂର୍ଣ୍ଣ ସ୍ଥାନଗୁଡ଼ିକୁ ଟାର୍ଗେଟ କରିପାରନ୍ତି। ସେମାନଙ୍କ ଟାର୍ଗେଟରେ ବସ୍‌ ଷ୍ଟପ୍‌, ରେଳ ଷ୍ଟେଶନ, ବିମାନବନ୍ଦର ଓ ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରହିଛି। ଆଇଏସ୍‌ ଭାରତରେ ଆଖିଦୃଶିଆ କାୟାବିସ୍ତାର କରିପାରି ନ ଥିଲେ ହେଁ ଜମ୍ମୁ-କଶ୍ମୀର ସମ୍ପର୍କରେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଏହାକୁ କ୍ରୋଧାନ୍ବିତ କରିଛି। ତେଣୁ ସୋମବାର ଆକ୍ରମଣ କରି ପ୍ରତିଶୋଧ ନେବା ପାଇଁ ଆଇଏସ୍‌ଆଇ ଏହାର ଜେହାଦୀଙ୍କୁ ଉସୁକାଉଥିବା ଆଇବି ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ତାଲିବାନ ପକ୍ଷରୁ କେତେକ ସ୍ଥାନରେ ଆକ୍ରମଣ କରାଯାଇପାରେ ବୋଲି ଆଶଙ୍କା କରାଯାଉଥିଲା। ତେବେ ଆଫଗାନିସ୍ତାନ ସ୍ଥିତି ସହ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନ ଯୋଡ଼ିବା ପାଇଁ ତାଲିବାନ ମୁଖପାତ୍ର ଜାବିହୁଲ୍ଲା ମୁଜାହେଦ ଏକ ବିବୃତି ଜାରି କରି ପାକିସ୍ତାନକୁ ତାଗିଦ କରିବା ପରେ ଏଭଳି ଆଶଙ୍କା ଦୂର ହୋଇଛି।
ସେପଟେ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରୁଥିବାବେଳେ ଇଦ୍‌ ପାଳନ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଇଦ୍‌ ଅବସରରେ ମସ୍‌ଜିଦଗୁଡ଼ିକରେ ସାମୂହିକ ପ୍ରାର୍ଥନା ପାଇଁ ଉପତ୍ୟକାବାସୀଙ୍କୁ ସୁଯୋଗ ଦିଆଯିବ। ଗୁଜବ ରୋକିବା ପାଇଁ ମୋବାଇଲ୍‌ ଓ ଲ୍ୟାଣ୍ଡ ଲାଇନ୍‌ ଉପରେ କଟକଣା ଜାରି କରାଯାଇଥିବାବେଳେ ଏହି ସେବାକୁ ସ୍ବାଭାବିକ କରିବା ଲାଗି
ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଆତଙ୍କବାଦୀ ସକ୍ରିୟ ଥିବା ଜମ୍ମୁ-କଶ୍ମୀରର ବିଭିନ୍ନ ଅଞ୍ଚଳ ଗସ୍ତ କରି ନିରାପତ୍ତା ସ୍ଥିତି ଅନୁଧ୍ୟାନ କରୁଥିବାବେଳେ ରାଜ୍ୟପାଳ ସତ୍ୟପାଲ ମଲିକ୍‌ ପ୍ରଶାସନିକ ଅଧିକାରୀଙ୍କୁ ନେଇ ମାରାଥନ୍‌ ବୈଠକ କରି ଉପଯୁକ୍ତ ପଦକ୍ଷେପ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ସ୍ବାଧୀନତା ଦିବସରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ସୁରକ୍ଷା ବ୍ୟବସ୍ଥାରେ ଯେପରି କୌଣସି ପ୍ରକାର ତ୍ରୁଟି ନ ହେବ ସେଥିପାଇଁ ସୁରକ୍ଷା ବଳର କଡ଼ା ନଜରରେ ରହିଛି ସମଗ୍ର ଉପତ୍ୟକା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?