Posted inଜାତୀୟ

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି ଷଡ଼ଯନ୍ତ୍ର। ଇଦ୍‌-ଉଲ୍‌-ଜୁହା ପାଳନ ପାଇଁ ସୋମବାର ଉପତ୍ୟକା ସମେତ ଭାରତର ବିଭିନ୍ନ ସହର ଉତ୍ସବମୁଖର ହେବାକୁ ଥିବାବେଳେ ଆକ୍ରମଣ ପାଇଁ ଯୋଜନା କରିଛି ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌)। ଆଉ ଏହାକୁ ପାକିସ୍ତାନର କୁଖ୍ୟାତ୍‌ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ସମର୍ଥନ ମିଳିଛି। ଏନେଇ ଗୋଇନ୍ଦା ବ୍ୟୁରୋ (ଆଇବି) ପକ୍ଷରୁ ରିପୋର୍ଟ ମିଳିବା ପରେ ଦେଶର ରାଜ୍ୟ ପୋଲିସ ମୁଖ୍ୟାଳୟଗୁଡ଼ିକରେ ଆଲର୍ଟ ଜାରି କରାଯାଇଛି।
ମିଳିଥିବା ସୂଚନାନୁସାରେ ଆଇଏସ୍‌ ଏବଂ ପାକିସ୍ତାନ ସମର୍ଥତ୍ତ କଠୋରପନ୍ଥୀ ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଦେଶର ଜନଗହଳିପୂର୍ଣ୍ଣ ସ୍ଥାନଗୁଡ଼ିକୁ ଟାର୍ଗେଟ କରିପାରନ୍ତି। ସେମାନଙ୍କ ଟାର୍ଗେଟରେ ବସ୍‌ ଷ୍ଟପ୍‌, ରେଳ ଷ୍ଟେଶନ, ବିମାନବନ୍ଦର ଓ ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରହିଛି। ଆଇଏସ୍‌ ଭାରତରେ ଆଖିଦୃଶିଆ କାୟାବିସ୍ତାର କରିପାରି ନ ଥିଲେ ହେଁ ଜମ୍ମୁ-କଶ୍ମୀର ସମ୍ପର୍କରେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଏହାକୁ କ୍ରୋଧାନ୍ବିତ କରିଛି। ତେଣୁ ସୋମବାର ଆକ୍ରମଣ କରି ପ୍ରତିଶୋଧ ନେବା ପାଇଁ ଆଇଏସ୍‌ଆଇ ଏହାର ଜେହାଦୀଙ୍କୁ ଉସୁକାଉଥିବା ଆଇବି ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ତାଲିବାନ ପକ୍ଷରୁ କେତେକ ସ୍ଥାନରେ ଆକ୍ରମଣ କରାଯାଇପାରେ ବୋଲି ଆଶଙ୍କା କରାଯାଉଥିଲା। ତେବେ ଆଫଗାନିସ୍ତାନ ସ୍ଥିତି ସହ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନ ଯୋଡ଼ିବା ପାଇଁ ତାଲିବାନ ମୁଖପାତ୍ର ଜାବିହୁଲ୍ଲା ମୁଜାହେଦ ଏକ ବିବୃତି ଜାରି କରି ପାକିସ୍ତାନକୁ ତାଗିଦ କରିବା ପରେ ଏଭଳି ଆଶଙ୍କା ଦୂର ହୋଇଛି।
ସେପଟେ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରୁଥିବାବେଳେ ଇଦ୍‌ ପାଳନ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଇଦ୍‌ ଅବସରରେ ମସ୍‌ଜିଦଗୁଡ଼ିକରେ ସାମୂହିକ ପ୍ରାର୍ଥନା ପାଇଁ ଉପତ୍ୟକାବାସୀଙ୍କୁ ସୁଯୋଗ ଦିଆଯିବ। ଗୁଜବ ରୋକିବା ପାଇଁ ମୋବାଇଲ୍‌ ଓ ଲ୍ୟାଣ୍ଡ ଲାଇନ୍‌ ଉପରେ କଟକଣା ଜାରି କରାଯାଇଥିବାବେଳେ ଏହି ସେବାକୁ ସ୍ବାଭାବିକ କରିବା ଲାଗି
ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଆତଙ୍କବାଦୀ ସକ୍ରିୟ ଥିବା ଜମ୍ମୁ-କଶ୍ମୀରର ବିଭିନ୍ନ ଅଞ୍ଚଳ ଗସ୍ତ କରି ନିରାପତ୍ତା ସ୍ଥିତି ଅନୁଧ୍ୟାନ କରୁଥିବାବେଳେ ରାଜ୍ୟପାଳ ସତ୍ୟପାଲ ମଲିକ୍‌ ପ୍ରଶାସନିକ ଅଧିକାରୀଙ୍କୁ ନେଇ ମାରାଥନ୍‌ ବୈଠକ କରି ଉପଯୁକ୍ତ ପଦକ୍ଷେପ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ସ୍ବାଧୀନତା ଦିବସରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ସୁରକ୍ଷା ବ୍ୟବସ୍ଥାରେ ଯେପରି କୌଣସି ପ୍ରକାର ତ୍ରୁଟି ନ ହେବ ସେଥିପାଇଁ ସୁରକ୍ଷା ବଳର କଡ଼ା ନଜରରେ ରହିଛି ସମଗ୍ର ଉପତ୍ୟକା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri