ଆଲିଗଡ଼ ଲଜ୍ଜା: ବାଲୁକାକଳା ମାଧ୍ୟମରେ ଶିଶୁକନ୍ୟାଙ୍କ ଲାଗି ନ୍ୟାୟ ଭିକ୍ଷା କଲେ ସୁଦର୍ଶନ

ପୁରୀ ଅଫିସ,୮।୬: ଉତ୍ତରପ୍ରଦେଶ(ୟୁପି)ର ଆଲିଗଡ଼ରେ ଜଣେ ଅଢ଼େଇ ବର୍ଷର ଶିଶୁକନ୍ୟାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅଭିଯୁକ୍ତ ଜାହିଦ ଓ ଅସଲମ୍‌ଙ୍କୁ ତୁରନ୍ତ ଦଣ୍ଡିତ କରାଯାଉ ବୋଲି ଦେଶବ୍ୟାପି ସ୍ବର ଉଠୁଛି। ଏହି କ୍ରମରେ ଶନିବାର ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳା ମାଧ୍ୟମରେ ଘଟଣାକୁ ଘୃଣ୍ୟ ତଥା ଅମାନବୀୟ କହିବା ସହ ଶିଶୁକନ୍ୟାଙ୍କ ଲାଗି ନ୍ୟାୟ ଭିକ୍ଷା କରିଛନ୍ତି।

ସୂଚନାଯୋଗ୍ୟ, ଆଲିଗଡ଼ଠାରୁ ୫୦ କିମି ଦୂର ତପ୍ପାଲ ସହରରେ ଅଢ଼େଇ ବର୍ଷୀୟା ଶିଶୁକନ୍ୟା ନିଖୋଜ ହୋଇଥିଲେ। ଏହାର ଦୁଇ ଦିନ ପରେ ଏକ ଅଳିଆ ଗଦାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ତନାଘନା ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ପୋଲିସ ପଚରାଉଚରା କରିବା ପରେ ସେମାନେ ମାତ୍ର ଦଶହଜାର ଟଙ୍କାକୁ ନେଇ ତାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତମାନେ ବୟାନ ଦେଇଥିଲେ। ଅପହରଣ ପରେ ସେମାନେ ଶିଶୁକନ୍ୟାଙ୍କ ଆଖି ଦୁଇଟିକୁ ନଷ୍ଟ, ମସ୍ତିଷ୍କକୁ ଗଳିତ ଏବଂ ହାତଗୋଡ଼ ଭାଙ୍ଗି ଦେଇଥିଲେ। ଏଥିସହ ତାଙ୍କୁ ହତ୍ୟା କରିବା ପୂର୍ବରୁ ବଳାତ୍କାର କରାଯାଇଥିବା ସନ୍ଦେହ କରାଯାଉଛି। ଏ ନେଇ ଖବର ପ୍ରଚାରିତ ହେବା ପରେ କେବଳ ଆଲିଗଡ଼ ନୁହେଁ ବରଂ ଦେଶବ୍ୟାପୀ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ବର ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?