ଆସିକା,୨୬ା୨(ଡି.ଏନ୍.ଏ.) – ଆସିକା ବ୍ଲକ ଆଲିପୁର ପଞ୍ଚାୟତ ନିର୍ବାଚନକୁ ନେଇ ହୋଇଥିବା ଏକ ମାମଲାର ବିଚାରକରି ମଙ୍ଗଳବାର ଆସିକାର ଅତିରିକ୍ତ ଜିଲାଜଜ୍ ରାଜଲକ୍ଷ୍ମୀ ପଟ୍ଟନାୟକ ସରପଞ୍ଚ ସନ୍ତୋଷ କୁମାର ଜେନାଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରିଛନ୍ତି। ଏଥିସହ ନିର୍ବାଚନରେ ସନ୍ତୋଷଙ୍କ ପ୍ରତିଦ୍ୱନ୍ଦ୍ୱୀ ଥିବା ମନୋଜ କୁମାର ନାହାକଙ୍କୁ ସରପଞ୍ଚ ଭାବେ ଘୋଷଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
୨୦୧୭ରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ସନ୍ତୋଷ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ ା ତେବେ ତାଙ୍କର ୩ ସନ୍ତାନ ଥିବା ଦର୍ଶାଇ ପ୍ରତିଦ୍ୱନ୍ଦ୍ୱୀ ମନୋଜ ଆସିକା କନିଷ୍ଠ ଦେୱାନୀ ବିଚାରପତିଙ୍କ ଅଦାଲତରେ ଅଭିଯୋଗ କରିଥିଲେ ା ଅଦାଲତ ଏହି ମାମଲାର ବିଚାର କରି ନିର୍ବାଚନକୁ ଅବୈଧ ଘୋଷଣା କରିବା ସହ ପୁନର୍ବାର ନିର୍ବାଚନ କରିବା ଲାଗି ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଦାଲତଙ୍କ ରାୟକୁ ନେଇ ସନ୍ତୋଷ ଆସିକା ଅତିରିକ୍ତ ଜିଲା ଜଜ୍ଙ୍କ ଅଦାଲତରେ ଅପିଲ କରିଥିବା ବେଳେ ପ୍ରତିଦ୍ୱନ୍ଦ୍ୱୀ ମନୋଜ ମଧ୍ୟ କ୍ରସ ଅପିଲ ଦାଏର କରିଥିଲେ ା ମଙ୍ଗଳବାର ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଜଜ୍ ନିମ୍ନ ଅଦାଲତ ଦେଇଥିବା ରାୟକୁ କାଏମ ରଖିବା ସହ ପ୍ରତିଦ୍ୱନ୍ଦ୍ୱୀ ମନୋଜଙ୍କୁ ସରପଞ୍ଚ ଭାବେ ଘୋଷଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସନ୍ତୋଷଙ୍କ ପକ୍ଷରୁ ଆଇନଜୀବୀ ରବି କୁମାର ପାତ୍ର ଓ ମନୋଜଙ୍କ ପକ୍ଷରୁ ନାରାୟଣ ମୁନି
ମାମଲା ପରିଚାଳନା କରୁଥିଲେ ା
Posted inଆମ ଜିଲା ଖବର, ଗଞ୍ଜାମ View All
ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି
ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…
ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ
ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…
ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି
ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…
କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ
ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…
ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…
ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …
ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…
Archives

