ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ

ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ସଂଘ ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଧାରଣା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ ଆଲୋଚନା ପାଇଁ ବିଶ୍ୱବିଦ୍ୟାଳୟର କୌଣସି ପ୍ରଶାସନିକ ଅଧିକାରୀ ଆସି ନ ଥିବା କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କ ପିଛିଲା ଦିନର ବକେୟା ଅର୍ଥ ପ୍ରାପ୍ୟ ରାଜ୍ୟ ଉଚ୍ଚନ୍ୟାୟାଳୟ ନିର୍ଦ୍ଦେଶ ଅନୁଯାୟୀ ପ୍ରଦାନ କରିବା, ପରିବର୍ତ୍ତିତ ଲିଭ ଏନ୍‌କେସମେଣ୍ଟ, ପରିବର୍ତ୍ତିତ ଗ୍ରାଚୁଇଟି ପରିବର୍ତ୍ତିତ କମ୍ୟୁଟେଶନ ପ୍ରଦାନ କରିବା, ୨୦୧୫ ପରଠାରୁ ପେନସନ ଓ ବକେୟା ପେନସନ ପ୍ରଦାନ ଭଳି ୬ ଦଫା ଦାବି ନେଇ କର୍ମଚାରୀମାନେ ଏହି ଧାରଣା ଦେଇଛନ୍ତି। ଆନ୍ଦୋଳନରେ ସଂଘ ସଭାପତି ଗୋବିନ୍ଦ ଚନ୍ଦ୍ର ସାହୁ, ସମ୍ପାଦକ ରାଧାଶ୍ୟାମ ପଟ୍ଟନାୟକ ପ୍ରଫୁଲ୍ଲ ଦଳାଇ, ରାମକୃଷ୍ଣ ସେନାପତି, ଈଶ୍ୱରୀ ଚନ୍ଦ୍ର ସାହୁ, ଗଣପତି ପ୍ରସାଦ ଚୌଧୁରୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଅବସରପ୍ରାପ୍ତ କର୍ମଚାରୀ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri