Posted inଜାତୀୟ

ଆଳୁ ସମ୍ମିଳନୀରେ ମୋଦି: ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ହେବ ୨ ଗୁଣା

ଗାନ୍ଧିନଗର,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଗାନ୍ଧିନଗରରେ ତୃତୀୟ ଆଳୁ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ମୋଦି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ କହିଛନ୍ତି ଯେ, ଭାରତ ସରକାର ୨୦୨୨ ସୁଦ୍ଧା ଦେଶର ଚାଷୀଙ୍କ ଆୟ ୨ ଗୁଣା କରିବା ଲକ୍ଷ୍ୟ ନେଇ କାର୍ଯ୍ୟ ଜାରି ରଖିଛନ୍ତି। ଦେଶର ଜନସାଧାରଣଙ୍କ ଖାଦ୍ୟ ଚାହିଦା ପୂରଣ କରିବା ଲାଗି ଚାଷୀଙ୍କ ଉପରେ ଗୁରୁତ୍ୱପୂର୍ଣ୍ଣ ଭାର ପଡ଼ିଥାଏ। ଏପରିସ୍ଥଳେ ଚାଷୀ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳର ଉପଯୋଗକୁ ଅଗ୍ରାଧିକାର ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ସରକାର ଉତ୍ପାଦନ ହେଉଥିବା ଖାଦ୍ୟଶସ୍ୟ କିପରି ନଷ୍ଟ ନ ହେବ ସେ ନେଇ ନାନା ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାର ସୁଫଳ ଉଭୟ ଉତ୍ପାଦକ ଏବଂ ଉପଭୋକ୍ତାଙ୍କୁ ମିଳିବ ବୋଲି ମୋଦି ସୂଚନା ଦେଇଛନ୍ତି। ସେହିପରି ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପରେ ଶତ ପ୍ରତିଶତ ଏଫ୍‌ଡିଆଇ ସହିତ ଚାଷୀଙ୍କ ଆର୍ଥତ୍କ ବିକାଶ ପାଇଁ କିସାନ ସମ୍ପଦା ଯୋଜନା ଦ୍ୱାରା ମୂଲ୍ୟଯୁକ୍ତ ଉତ୍ପାଦନ ଏବଂ ମୂଲ୍ୟଯୁକ୍ତ ଚେନ୍‌ ବିକାଶ ପ୍ରକ୍ରିୟା ଉପରେ କାର୍ଯ୍ୟ ଧାରା ପ୍ରସ୍ତୁତ କରାଯାଇଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri