ଆଶଙ୍କାରେ ‘ମେକ୍‌ ଇନ୍‌ ଓଡ଼ିଶା’ କନ୍‌କ୍ଲେଭ: ସେପ୍ଟେମ୍ବର ସୁଦ୍ଧା ପ୍ରସ୍ତୁତ ହେବ ନୂଆ ଶିଳ୍ପ ନୀତି-୨୦୨୦

ଭୁବନେଶ୍ୱର,୧୩ା୫(ବ୍ୟୁରୋ)-କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶକୁ ୩ ଟି ପର୍ଯ୍ୟାୟରେ ମେ ୧୭ ଯାଏ ଲକଡାଉନ କରାଯାଇଛି। ଏହି ସମୟରେ କଳକାରଖାନା, ବାଣିଜ୍ୟ ବ୍ୟବସାୟ ସବୁ କିଛି ବନ୍ଦ ରହିଛି। ୩ୟ ପର୍ଯ୍ୟାୟରେ ଯଦିଓ କଟକଣାକୁ କିଛି ମାତ୍ରାରେ କୋହଳ କରାଯାଇଛି ତଥାପି ଏବେ ବି ବହୁ କ୍ଷୁଦ୍ର ଶିଳ୍ପ ପୁନଃ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଶିଳ୍ପଗୁଡିକୁ ପୁନର୍ଜୀବିତ କରିବା ସହିତ ବିଦେଶ ପୁଞ୍ଜିକୁ ଓଡିଶାକୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ନୂଆ ଶିଳ୍ପନୀତି-୨୦୨୦ ଆଣିବାକୁ ଯାଉଛନ୍ତି। ଏନେଇ ଶିଳ୍ପ ସଂଘଗୁଡିକ ଠାରୁ ମତାମତ ଲୋଡାଯାଇଛି। ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଏହି ନୂତନ ଶିଳ୍ପ ନୀତି ପ୍ରସ୍ତୁତ ଶେଷ ହେବ ବୋଲି ଶିଳ୍ପ ସଚିବ ହେମନ୍ତ ଶର୍ମା କହିଛନ୍ତି। ଚଳିତ ବର୍ଷ ଶେଷ ଆଡକୁ ରାଜ୍ୟ ସରକାର ପୁଞ୍ଜୀପତିଙ୍କୁ ଆକୃଷ୍ଟ କରିବା ଲାଗି ମେକ୍‌ ଇନ୍‌ ଓଡିଶାର ତୃତୀୟ ସଂସ୍କରଣ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ତେବେ ସବୁକିଛି ଠିକଠାକ୍‌ ରହିଲେ ପୂର୍ବ ନିର୍ଦ୍ଧାରିତ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ଯାଏ ମେକ୍‌ ଇନ୍‌ ଓଡିଶା କନକ୍ଲେଭ୍‌ ଅନୁଷ୍ଠିତ ହେବ। ପ୍ରତି ଦୁଇ ବର୍ଷରେ ଥରେ ଏହି କନକ୍ଲେଭ ହୋଇଥାଏ। ଏହି କାର୍ଯ୍ୟକ୍ରମ ପାଇଁ ମଧ୍ୟ ୨୦୧୯ ଡିସେମ୍ବରରେ ମୁଖ୍ୟମନ୍ତ୍ରୀ ସବୁଜ ସଙ୍କେତ ଦେଇ ସାରିଥିଲେ। କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଚଳିତ ବର୍ଷ ଏହି କନକ୍ଲେଭ ଆୟୋଜନ ନେଇ ଆଶାଙ୍କା ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri