ଆଶାକର୍ମୀଙ୍କୁ ଘରେ ବାନ୍ଧିବା ଘଟଣାପ୍ରତିବାଦରେ ସିଡିଏମ୍‌ଓଙ୍କ ଅଫିସ୍‌ ଘେରାଉ

ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜୁଆରୀ ପଞ୍ଚାୟତ ଅନ୍ତର୍ଗତ ଆଳୁମେଦା ଗ୍ରାମର ଆଶାକର୍ମୀଙ୍କୁ ଘରେ ବାନ୍ଧି ରାତିସାରା ଅଟକ ରଖିବା ଏବଂ ତାଙ୍କୁ ନିର୍ଯାତନା ଦେବା ଅଭିଯୋଗକୁ  ଥାନାଧିକାରୀ ଅବହେଳା କରିବା ପ୍ରତିବାଦରେ ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ ବାଲେଶ୍ୱର ଶାଖା ପକ୍ଷରୁ ଶନିବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଡା. ଦୁଲାଳସେନକ ଅଫିସ୍‌ ଘେରାଉ କରିଥିଲେ। ୨୪ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ପ୍ରତିଶ୍ରୁତି ପାଇବା ପରେ ଆଶା କର୍ମୀମାନେ ଆନ୍ଦୋଳନକୁ ସ୍ଥଗିତ ରଖିଥିବାର ସଂଘର ସମ୍ପାଦକ ଶକୁନ୍ତଳା ଗୋଚ୍ଛାୟତ ପ୍ରକାଶ କରିଛନ୍ତି।
ଜୁଆରୀ ଗ୍ରାମର ଶୁକଦେବ ୨୨ତାରିଖରେ ପୁରୁଷ ବନ୍ଧ୍ୟାକରଣ ପାଇଁ ସ୍ଥାନୀୟ ଆଶାକର୍ମୀ ଭଗବତୀଙ୍କ ସହ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ବନ୍ଧ୍ୟାକରଣ ପରେ ଶୁକଦେବଙ୍କୁ ଚିକିତ୍ସା ନିମନ୍ତେ ଭର୍ତ୍ତି ହେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। କିନ୍ତୁ ଏହାକୁ ବେଖାତିର୍‌ କରି ସେ ମୋଟରସାଇକେଲ ଯୋଗେ ଘରକୁ ଫେରିଥିଲେ। ଫଳରେ ତାଙ୍କ ଦେହ ହଠାତ୍‌ ଅସୁସ୍ଥ ହୋଇଥିଲା। ପରିବାର ଲୋକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସା କରାଇଥିଲେ। ୩ଦିନ ପରେ ଅର୍ଥାତ୍‌ ଗତ ୨୪ତାରିଖ ସନ୍ଧ୍ୟାରେ ଆଶାକର୍ମୀ ଭଗବତୀ ତାଙ୍କୁ ଘରକୁ ଛାଡ଼ିବାକୁ ଯାଇଥିଲେ। ହଠାତ୍‌ ଶୁକଦେବଙ୍କ ୩ ଭାଇ, ବାପା ଉତ୍ତ୍ୟକ୍ତ ହୋଇ ତାଙ୍କୁ ଗାଳିଗୁଲଜ କରିବା ସହ ଘରେ ଦଉଡିରେ ବାନ୍ଧି ମାଡ଼ ମାରିଥିଲେ। ସେ ନିରୁପାୟ ହୋଇ ମୁମୂର୍ଷୁ ଅବସ୍ଥାରେ ପଡ଼ି ରହିଥିବା ବେଳେ ଗତ ୨୫ତାରିଖ ପୂର୍ବାହ୍ନରେ ତାଙ୍କର ସ୍ବାମୀ ବାସୁଦେବ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲେ। କରିବା ସହ ଆଶାକର୍ମୀମାନଙ୍କୁ ଆଇନ୍‌ ଅନୁସାରେ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।
ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଜଗଦେବ କହନ୍ତି, ଆଶାକର୍ମୀଙ୍କ ପ୍ରତି ଏଭଳି ବ୍ୟବହାର ଦୁର୍ଭାଗ୍ୟଜନକ। ଅଭିଯୋଗ ପାଇ ସିଂଲା ଥାନାଧିକାରୀଙ୍କ ସହ କଥା ହୋଇ ୨୪ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଅନୁରୋଧ କରିଥିଲେ। ଆଶାକର୍ମୀଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri