ଆଶାକର୍ମୀ ସଂଘର ଧାରଣା

ଛତ୍ରପୁର,୯ା୧୧(ଡି.ଏନ.ଏ)-ରାଜ୍ୟ ଆଶା ଓ ଆଶାସାଥୀ ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁଙ୍କୁ ପ୍ରଦାନ କରାଯାଇଛି। ଆଶାକର୍ମୀମାନେ ବିଜୁ ପଟ୍ଟନାୟକ ଛକରୁ ରାଲିରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ ା ଗ୍ରାମାଞ୍ଚଳରେ ଆଶାକର୍ମୀମାନେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଆସୁଛନ୍ତି। ଆଶା କର୍ମୀଙ୍କ ଯୋଗୁଁ ପୂର୍ବାପେକ୍ଷା ମାତୃ ଓ ଶିଶୁ ମୃତ୍ୟୁହାର କମିବାରେ ଲାଗିଛି। ସେପ୍ଟେମ୍ବର ୧୧ ତାରିଖରେ ଭିଡିଓ କନଫରେନ୍ସିଂ ଜରିଆରେ ଆଶାକର୍ମୀ ଓ ଆଶାସାଥୀମାନଙ୍କର ପ୍ରୋସତ୍ାହନ ଦୁଇ ଗୁଣ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ଏହା କାର୍ଯ୍ୟକାରୀ ହୋଇନି। ପ୍ରଧାନମନ୍ତ୍ରୀଙ୍କ ଘୋଷଣାକୁ କାର୍ଯ୍ୟକାରୀ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଥିଲା ା କୁମୁଦିନୀ ପ୍ରଧାନ, ବି. ଲତିକା ପ୍ରଧାନ, ଉର୍ମିଳା ପ୍ରଧାନ, ସୁଚିତ୍ରା ଆଚାର୍ଯ୍ୟ, ସସ୍ମିତା ବେହେରା, ଲକ୍ଷ୍ମୀ ସେଠୀ, ଗୀତା ପଲେଇ ପ୍ରମୁଖ ଧାରଣାରେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ...

କେଦାରେଶ୍ୱର ମନ୍ଦିରରୁ ଚୋରି

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚୋରମାନେ ମହାଦେବଙ୍କୁ ମଧ୍ୟ ଛାଡ଼ି ନାହାନ୍ତି। କୁସୁପୁର ଗ୍ରାମରେ ଥିବା କେଦାରେଶ୍ବର ମହାଦେବ ମନ୍ଦିରରେ ଶନିବାର ବିଳମ୍ବିତ...

ମା’ ଦଣ୍ଡକାଳୀଙ୍କ ଯାତ୍ରାରେ ଅଧିଆ ପଡ଼ିଲେ ଶତାଧିକ ମହିଳା, ପାଣି ନ ଥିବାରୁ ହଟହଟା

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ରବିବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri