ଆଶା କର୍ମୀଙ୍କ ଜିଲା ସମ୍ମିଳନୀ ସରକାରଙ୍କ ନୀତି ବିରୋଧରେ ସଙ୍ଗଠିତ ହେବାକୁ ଆହ୍ବାନ

ନୟାଗଡ଼ ଅଫିସ,୧୩ା୧୦: ସିଆଇଟିୟୁ ପକ୍ଷରୁ ଶନିବାର ନୟାଗଡ଼ ଶିକ୍ଷକ ଭବନଠାରେ ଓଡିଶା ଆଶାକର୍ମୀ ଆସୋସିଏଶନର ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ନଳିନୀ ଦାସ ଏଥିରେ ସଭାପତିତ୍ୱ କରିଥିଲେ। ସଙ୍ଗଠନର ରାଜ୍ୟ ସଭାପତି ଲୋଭାକାନ୍ତ ସ୍ବାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିବା ସହିତ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶ୍ରମିକ ବିରୋଧୀ ନୀତିକୁ ତୀବ୍ର ସମାଲୋଚନା କରିଥିଲେ। ଏହା ବିରୋଧରେ ସଙ୍ଗଠିତ ହେବା ପାଇଁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ସମ୍ପାଦକ ସୁରେଶ ସ୍ବାଇଁ ରାଜନୈତିକ ଓ ସାଙ୍ଗଠନିକ ତଥ୍ୟ ଉପସ୍ଥାପନ କରିଥିଲେ। ଏହା ଉପରେ ସଙ୍ଗଠନର ୮ଜଣ ପ୍ରତିନିଧି ଆଲୋଚନା କରିଥିଲେ। ସିଆଇଟିୟୁ ନେତା ବିଶ୍ୱନାଥ ମହାପାତ୍ର, ଗଣତାନ୍ତ୍ରିକ ମହିଳା ସମିତିର ରାଜ୍ୟ ଉପସଭାପତି ପୁଷ୍ପା ଦାସ, ଶରତ ବେହେରା, ଗୋଲଖ ମୁଦୁଲି, ଏସ୍‌. ଏ. କରିମ, ସଂଯୁକ୍ତା ସେଠୀ, ଜୟନ୍ତୀ ଦାସ, ଜ୍ୟୋତିପ୍ରଭା ଜେନା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ। କର୍ମକର୍ତ୍ତାମାନେ ଏନ୍‌ଏଚ୍‌ଏମ୍‌କୁ ସ୍ଥାୟୀ କରିବା, ଆଶାକର୍ମୀଙ୍କୁ ସରକାରୀ ମାନ୍ୟତା, ମାସିକ ୨୦ ହଜାର ଟଙ୍କା ପ୍ରଦାନ, ସମସ୍ତ ଆଶାକର୍ମୀଙ୍କୁ ପେନ୍‌ସନ, ମୃତ୍ୟୁକାଳୀନ ସହାୟତା, ସାମାଜିକ ସୁରକ୍ଷା ପ୍ରଦାନ କରିବାକୁ ଦାବି ଉପସ୍ଥାପନ କରିଥିଲେ। ଆଗାମୀ ଦିନରେ ଏଥିଲାଗି ଆବଶ୍ୟକ ପଡ଼ିଲେ ଆନ୍ଦୋଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ଅବସରରେ ଏକ ଜିଲାସ୍ତରୀୟ କମିଟି ଗଠନ କରାଯାଇଥିଲା। ସଭାପତି ଭାବେ ସୁରେଶ ଚନ୍ଦ୍ର ସ୍ବାଇଁ, ଉପସଭାପତି ଶରତ ବେହେରା, ଚାପଧାରୀ ରାଉତ, ସମ୍ପାଦିକା ନଳିନୀ ଦାସ, ସହ ସମ୍ପାଦିକା ସସ୍ମିତା ପଟ୍ଟନାୟକ, ସଂଯୁକ୍ତା ସେଠୀ, କୋଷାଧ୍ୟକ୍ଷ ଭାବେ ଅହଲ୍ୟା ସେଠୀଙ୍କୁ ନିର୍ବାଚିତ କରାଯାଇଥିଲା। ଆସନ୍ତା ୨୦ ତାରିଖରେ ରାଉରକେଲାଠାରେ ହେବାକୁ ଥିବା ରାଜ୍ୟ ସମ୍ମିଳନୀରେ ଯୋଗଦେବା ପାଇଁ ନିର୍ବାଚିତ କମିଟି ସଭ୍ୟାସଭ୍ୟ ନିଷତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri