ଆଶା କର୍ମୀ, ୱାର୍ଡ ମେମ୍ବରଙ୍କୁ ଆକ୍ରମଣ

ଉଦଳା,୯ା୫(ଡି.ଏନ୍‌.ଏ.)- ସାରା ଦେଶ ଏବେ କରୋନା ସହିତ ମୁକାବିଲା କରୁଛି। ଏହି ଯୁଦ୍ଧରେ ଯୋଦ୍ଧା ସାଜିଛନ୍ତି ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀ। ମାତ୍ର ସେମାନଙ୍କୁ ଅନେକ ସ୍ଥାନରେ ଦୁର୍ବ୍ୟବହାର କରାଯିବା ସହିତ ମାଡ଼ ମରାଯାଉଥିବା କଥା ସାମ୍ନାକୁ ଆସୁଛି ା ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳରେ ଘଟିଯାଇଛି ଏହି ଭଳି ଏକ ସ୍ପର୍ଶକାତର ଘଟଣା। କରୋନା ସଚେତନତା କାର୍ଯ୍ୟରେ ଯାଇଥିବା ଜଣେ ଆଶାକର୍ମୀ ଓ ଓ୍ବାର୍ଡମେମ୍ବରଙ୍କୁ ଆକ୍ରମଣ କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।
ପୋଲିସ ସୂଚନା ଅନୁୟାୟୀ, କରୋନା ଯୋଗୁ ବାଲେଶ୍ୱର ଜିଲା ଏବେ ରେଡ୍‌ ଜୋନ୍‌ରେ ରହିଛି। ଏହି ଜିଲାର ରାଜବରହମପୁର ଥାନା ଅଞ୍ଚଳରେ ଥିବା ନିଜ ଶ୍ୱଶୁର ଘରକୁ ଉଦଳା ଥାନା ଅଧୀନ ଜାଲଦା ଗ୍ରାମର ଜଣେ ଯୁବକ ଯାଇଥିଲେ ା ଉକ୍ତ ଯୁବକ ଜଣକ ବୁଧବାର ରାତିରେ ନିଜ ସ୍ତ୍ରୀଙ୍କ ସହିତ ଶ୍ୱଶୁର ଘରୁ ନିଜ ଗ୍ରାମକୁ ଫେରି ଆସିଥିଲେ। ଖବରପାଇ ଜାଲଦା ଗ୍ରାମର ଆଶାକର୍ମୀ ଆରତୀ ମଲ୍ଲିକ ଏବଂ ୱାର୍ଡମେମ୍ବର ଜୟନ୍ତୀ ମଲ୍ଲିକ ଗୁରୁବାର ସକାଳେ ସମ୍ପୃକ୍ତ ଯୁବକଙ୍କ ଘରକୁ ପଚରାଉଚରା ପାଇଁ ଯାଇଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ସମ୍ପୃକ୍ତ ଯୁବକ ଓ ତାଙ୍କ ପରିବାର ଲୋକେ ଆଶାକର୍ମୀ ଏବଂ ୱାର୍ଡମେମ୍ବରଙ୍କ ଉପର ଆକ୍ରମଣ କରିଥିଲେ। ଆଶାକର୍ମୀଙ୍କ ଉପରକୁ ଜୋତା, ପନିଖି ଓ ବିଭିନ୍ନ ମାରଣାସ୍ତ୍ର ଫୋପାଡିଥିଲେ। ଦୀର୍ଘ ସମୟ ଧରି ଏପରି ଚାଲିବା ପରେ ଆଶାକର୍ମୀ ସେଠାରୁ ଚାଲି ଆସି ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ା ଅଭିଯୋଗକୁ ଆଧାର କରି ପୋଲିସ୍‌ ଏକ ମାମଲା(ନଂ.୧୩୭/୨୦୨୦)ରୁଜୁ କରି ତଦନ୍ତ ଆରମ୍ଭ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri