ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ

କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି, ୨୦୧୪ରୁ ୨୦୧୮ ପର୍ଯ୍ୟନ୍ତ ସିବିଆଇ ଓସିଏ ଏବଂ ଆଶୀର୍ବାଦଙ୍କୁ ୧୪ଥର ନୋଟିସ ଜାରି କରିଛି। ପ୍ରତ୍ୟେକ ଥର ଆଶୀର୍ବାଦ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ତଦନ୍ତରେ ସିବିଆଇକୁ ସମ୍ପୂର୍ଣ୍ଣ ସହଯୋଗ କରାଯିବା ସହ ଯାହା କାଗଜପତ୍ର ଲୋଡ଼ା ଯାଇଛି ତାହା ପ୍ରଦାନ କରାଯାଇଛି। ଏହା ସତ୍ତ୍ବେ ସିବିଆଇ ତାଙ୍କୁ ଗିରଫ କରିଛି। ତେବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ ତାରିଖକୁ ଘୁଞ୍ଚିଛି। ଉକ୍ତ ଦିନ ଏହି ମାମଲାର ଚୂଡ଼ାନ୍ତ ଶୁଣାଣି ହେବାର ଆଶା ରହିଛି ବୋଲି ପ୍ରଭୁପ୍ରସନ୍ନ କହିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଓଡ଼ିଶା ରଣଜୀ କ୍ରିକେଟ ଦଳର ପ୍ରାୟୋଜକ ହେବା ପାଇଁ ଅର୍ଥତତ୍ତ୍ବ ଚିଟ୍‌ଫଣ୍ଡ ସଂସ୍ଥା ଓଡ଼ିଶା କ୍ରିକେଟ ଆସୋସିଏଶନକୁ ୭୫ କୋଟି ଟଙ୍କା ଦେଇଥିଲା। ସେହିପରି ୨୦୧୧ରେ ଅନୁଷ୍ଠିତ ଓଡ଼ିଶା ପ୍ରିମିୟର ଲିଗ୍‌(ଓପିଏଲ୍‌)ର ପ୍ରାୟୋଜକ ଥିଲା ଅର୍ଥତତ୍ତ୍ବ। ଏହି ଚିଟ୍‌ଫଣ୍ଡ ସଂସ୍ଥା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ବହୁ ଜମାକାରୀଙ୍କ କୋଟିକୋଟି ଟଙ୍କା ହଡପ୍‌ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ସିବିଆଇ କରୁଥିବାବେଳେ ଅର୍ଥତତ୍ତ୍ବ ସହ ତତ୍କାଳୀନ ଓସିଏ ସମ୍ପାଦକ ଆଶୀର୍ବାଦଙ୍କ ଲିଙ୍କ୍‌ ଥିବା ସୂଚନା ମିଳିଥିଲା। ପରେ ଓପିଏଲ୍‌ରେ ଉକ୍ତ ଚିଟ୍‌ଫଣ୍ଡ ସଂସ୍ଥାର ଅର୍ଥ ଲଗାଣକୁ ନେଇ ଗତ ସେପ୍ଟେମ୍ବରରେ ସିବିଆଇ ଆଶୀର୍ବାଦଙ୍କୁ ଗିରଫ କରିଛି। ଆଶୀର୍ବାଦ ସିବିଆଇ ବିଚାରବିଭାଗୀୟ ହାଜତରେ ରହିଥିବାବେଳେ ସେ ଅସୁସ୍ଥ ହୋଇ ପ୍ରଥମେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ଏସ୍‌ସିବି ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଆଶୀର୍ବାଦଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମାନସ ମହାପାତ୍ର ଓ ପ୍ରଭୁ ପ୍ରସନ୍ନ ବେହେରା ଏବଂ ଭାରତ ସରକାରଙ୍କ ପକ୍ଷରୁ ଆସିଷ୍ଟାଣ୍ଟ ସଲିସିଟର ଅନୁପ ବୋଷ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri