Posted inଖେଳ

ଆଶେସ୍‌ ତୃତୀୟ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୫୯

ଲିଡ୍ସ, ୨୫।୮(ଏଏଫ୍‌ପି)- ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୫୨.୧ ଓଭରରେ ୧୭୯ ରନ କରି ଅଲଆଉଟ୍‌ ହୋଇଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ୨୭. ୫ ଓଭରରେ ମାତ୍ର ୬୭ ରନ କରି ଅଲଆଉଟ ହେବା ସହ ୧୧୨ ରନ ପଛରେ ପଡିଥିଲା। ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ୭୫.୨ ଓଭରରେ ୨୪୬ ରନ କରି ଆଲଆଉଟ ହୋଇଥିଲ। ଫଳରେ ଇଂଲଣ୍ଡ ସମ୍ମୁଖରେ ୩୫୯ ରନର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ଶନିବାର ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ୭୨ ଓଭରରେ ୩ ଉଇକେଟ ହରାଇ ୧୫୬ ରନ ସଂଗ୍ରହ କରିଛି। ଫଳରେ ମ୍ୟାଚ୍‌ ଆଉ ୨ ଦିନ ବାକିଥିବା ବେଳେ ବିଜୟ ପାଇଁ ଇଂଲଣ୍ଡ ୭ ଉଇକେଟ ବାକି ରଖି ଆଉ ୨୦୩ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଅଧିନାୟକ ଜୋ ରୁଟ୍‌ ୭୫ ଓ ବେନ୍‌ ଷ୍ଟୋକ୍ସ ୨ ରନ କରି ଅପରାଜିତ ରହିଛନ୍ତି। ଓପନର ରୋରି ବନର୍‌ସ ୭, ଜାସନ ରୟ ୮, ଜୋ ଡେନ୍‌ଲି ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଛନ୍ତି। ବୋଲିଂରେ ଅଷ୍ଟ୍ରେଲିଆର ଜୋଶ ହାଜେଲଉଡ ୨ ଓ ପ୍ୟାଟ୍‌ କୁମିନ୍ସ ଗୋଟିଏ ଉଇକେଟ ଅକ୍ତିଆର କରିଛନ୍ତି।
ଦ୍ୱିତୀୟ ଦିନର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୭୧/୬ରୁ ଅଷ୍ଟ୍ରେଲିଆ ଖେଳ ଆରମ୍ଭ କରି ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ ୫୩ରୁ ଖେଳ ଆରମ୍ଭ କରି ୮୦ ରନର ଗୁରୁତ୍ୱପୂର୍ଣ୍ଣ ପାଳି ଖେଳି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ସେହିପରି ପାଟିନସନ ୨ ରନରୁ ଖେଳି ଆରମ୍ଭ କରି ୨୦ ରନ କରି ଜୋଫ୍ରା ଆର୍ଚରଙ୍କ ବଲ୍‌ରେ ଜୋ ରୁଟ୍‌ଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ୟାଟ କୁମିନ୍ସ ୬, ନାଥନ ଲିୟନ ୯ ରନ କରି ଆଉଟ ହୋଇଥିଲେ। ହାଜେଲଉଡକ ୪ ରନ କରି ଅପରାଜିତ ରହିଥିଲେ। ପାଟିନସନ ଓ ଲାବୁସେନ ସପ୍ତମ ଉଇକେଟରେ ୫୧ ରନ ସଂଗ୍ରହ କରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ବେନ୍‌ ଷ୍ଟୋକ୍ସ ୩, ଆର୍ଚର ଓ ଷ୍ଟୁଆର୍ଟ ବ୍ରଡ ୨ଟି ଲେଖାଏ, କ୍ରିସ୍‌ ଓ୍ବକ୍ସ ଓ ଜ୍ୟାକ ଲିଚ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ପୂବରୁ ବର୍ମିଂହାମ୍‌ରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ୨୫୧ ରନରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ୫ ମ୍ୟାଚ୍‌ ବିଶିଷ୍ଟ ୧-୦ରେ ଅଗ୍ରଣୀ ହାସଲ କରିଥିଲା। ତେବେ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟେଷ୍ଟ ଅମୀମାଂସିତ ରହିଥିଲା।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୫୨.୧ ଓଭରରେ ୧୭୯ ରନରେ ଅଲଆଉଟ୍‌।
ଇଂଲଣ୍ଡ ପ୍ରଥମ ଇନିଂସ- ୨୭.୫ ଓଭରରେ ୬୭ ଅଲଆଉଟ୍‌।
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ- ୭୫.୨ ଓଭରରେ ୨୪୬ ଅଲଆଉଟ୍‌
(ଲାବୁସେନ- ୮୦, ଓ୍ବେଡ- ୩୩, ହେଡ- ୨୫, ଖ୍ବାଜା- ୨୩, ପାଟିନସନ- ୨୦, ଷ୍ଟୋକ୍ସ- ୩/୫୬, ଆର୍ଚର- ୨/୪୦, ବ୍ରଡ- ୨/୫୨)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୭୨ ଓଭରରେ ୧୫୬/୩
(ରୁଟ୍‌- ୭୫*, ଡେନଲି- ୫୦, ହାଜେଲଉଡ୍‌- ୨/୩୫)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri