Posted inଖେଳ

ଆଶେସ ତୃତୀୟ ଟେଷ୍ଟ :ଇଂଲଣ୍ଡ ୬୭ରେ ଅଲ୍‌ଆଉଟ୍‌

ଲିଡ୍ସ,୨୪।୮- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଏଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ ମାତ୍ର ଦ୍ୱିତୀୟ ଦିନରେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଦିବସରେ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ୫୨.୧ ଓଭରରେ ୧୭୯ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଦ୍ୱିତୀୟ ଦିନରେ ଇଂଲଣ୍ଡ ତା’ର ପ୍ରଥମ ଇନିଂସ ଆରମ୍ଭ କରି ସାଂଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ୨୭.୫ ଓଭରରେ ଦଳ ମାତ୍ର ୬୭ ରନ କରି ଅଲଆଉଟ ହୋଇଥିଲା। ଫଳରେ ଇଂଲଣ୍ଡ ପ୍ରଥମ ଇନିଂସରେ ବୃହତ୍‌ ୧୧୨ ରନ୍‌ ପଛରେ ପଡିଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୫୭ ଓଭରରେ ୬ ଉଇକେଟ ହରାଇ ୧୭୧ ରନ ସଂଗ୍ରହ କରିଛି। ଫଳରେ ଅଷ୍ଟ୍ରେଲିଆ ୪ ଉଇକେଟ ହାତରେ ରଖି ମୋଟ ୨୮୩ ରନର ଅଗ୍ରଣୀ ହାସଲ କରି ସ୍ଥିତି ଦୃଢ଼ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ମାର୍ନସ ଲାବୁସେନ ୫୩ ଓ ଜେମ୍ସ ପାଟିନସନ ୨ ରନ କରି ଅପରାଜିତ ରହିଛନ୍ତି। ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ଖାତା ଖୋଲିବା ପୂର୍ବରୁ ପ୍ରଥମେ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାର୍କସ ହାରିସ ୧୯, ଉସ୍‌ମାନ ଖ୍ବାଜା ୨୩, ଟ୍ରାଭିସ୍‌ ହେଡ ୨୫, ମାଥ୍ୟୁ ଓ୍ବେଡ ୩୩ ରନ କରି ଆଉଟ ହୋଇଥିବା ବେଳେ ଅଧିନାୟକ ଟିମ୍‌ ପେନ୍‌ ବିନା ସ୍କୋରରେ ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଷ୍ଟୁଆର୍ଟ ବ୍ରଡ ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, କ୍ରିସ୍‌ ଓ୍ବକ୍ସ ଓ ଜ୍ୟାକ ଲିଚ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି।
ଶୁକ୍ରବାର ସକାଳୁ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରିଥିଲା। ଅଷ୍ଟ୍ରେଲୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ଇଂଲଣ୍ଡ ସ୍ବଳ୍ପ ରନରେ ଅଲଆଉଟ ହୋଇଥିଲା। ଘରୋଇ ମାଟିରେ ଏହା ଇଂଲଣ୍ଡର ଚତୁର୍ଥ ସର୍ବନିମ୍ନ ସ୍କୋର ସାବ୍ୟସ୍ତ ହୋଇଛି। ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଜୋ ଡେନଲି ମାତ୍ର ୧୨ ରନ କରି ଆଉଟ ହୋଇଥିବା ବେଳେ ଇଂଲଣ୍ଡର ବାକି ୧୦ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁପାରି ନାହାନ୍ତି। ଅଧିନାୟକ ଜୋ ରୁଟ୍‌ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର ରୋରି ବନର୍‌ସ ୯, ଜାସନ ରୟ ୯, ବେନ୍‌ ଷ୍ଟୋକ୍ସ ୮, ଉଇକେଟକିପର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋ ୪, ଜୋସ ବଟଲର ୫, କ୍ରିସ୍‌ ଓ୍ବକ୍ସ ୫, ଜୋଫ୍ରା ଆର୍ଚର ୭, ଜ୍ୟାକ ଲିଚ୍‌ ୧ ରନ କରି ଆଉଟ ହୋଇଥିଲେ। କ୍ରିସ୍‌ ବ୍ରଡ ୪ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ଜୋଶ ହାଜେଲଉଡ୍‌ ୫, ପ୍ୟାଟ କୁମିନ୍ସ ୩, ଜେମ୍ସ ପାଟିନସନ ୨ଟି ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୫୨.୧ ଓଭରରେ ୧୭୯ ରନରେ ଅଲଆଉଟ୍‌।
ଇଂଲଣ୍ଡ ପ୍ରଥମ ଇନିଂସ- ୨୭.୫ ଓଭରରେ ୬୭ ଅଲଆଉଟ୍‌
(ଡେନ୍‌ଲି- ୧୨, ହାଜଲେଉଡ- ୫/୩୦, କୁମିନ୍ସ-୩/୨୩, ପାଟିନସନ- ୨/ ୯)
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ- ୫୭ ଓଭରରେ ୧୭୧/୬
(ଲାବୁସେନ- ୫୩ *, ଓ୍ବେଡ- ୩୩, ହେଡ- ୨୫, ଖ୍ବାଜା- ୨୩, ହାରିସ- ୧୯, ବ୍ରଡ- ୨/୩୪, ଷ୍ଟୋକ୍ସ- ୨/୩୩, ଓ୍ବକ୍ସ- ୧/୩୪, ଲିଚ୍‌- ୧/୪୬)।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri