Posted inଖେଳ

ଆଶେସ ତୃତୀୟ ଟେଷ୍ଟ :ଇଂଲଣ୍ଡ ୬୭ରେ ଅଲ୍‌ଆଉଟ୍‌

ଲିଡ୍ସ,୨୪।୮- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଏଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ ମାତ୍ର ଦ୍ୱିତୀୟ ଦିନରେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଦିବସରେ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ୫୨.୧ ଓଭରରେ ୧୭୯ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଦ୍ୱିତୀୟ ଦିନରେ ଇଂଲଣ୍ଡ ତା’ର ପ୍ରଥମ ଇନିଂସ ଆରମ୍ଭ କରି ସାଂଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ୨୭.୫ ଓଭରରେ ଦଳ ମାତ୍ର ୬୭ ରନ କରି ଅଲଆଉଟ ହୋଇଥିଲା। ଫଳରେ ଇଂଲଣ୍ଡ ପ୍ରଥମ ଇନିଂସରେ ବୃହତ୍‌ ୧୧୨ ରନ୍‌ ପଛରେ ପଡିଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୫୭ ଓଭରରେ ୬ ଉଇକେଟ ହରାଇ ୧୭୧ ରନ ସଂଗ୍ରହ କରିଛି। ଫଳରେ ଅଷ୍ଟ୍ରେଲିଆ ୪ ଉଇକେଟ ହାତରେ ରଖି ମୋଟ ୨୮୩ ରନର ଅଗ୍ରଣୀ ହାସଲ କରି ସ୍ଥିତି ଦୃଢ଼ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ମାର୍ନସ ଲାବୁସେନ ୫୩ ଓ ଜେମ୍ସ ପାଟିନସନ ୨ ରନ କରି ଅପରାଜିତ ରହିଛନ୍ତି। ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ଖାତା ଖୋଲିବା ପୂର୍ବରୁ ପ୍ରଥମେ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାର୍କସ ହାରିସ ୧୯, ଉସ୍‌ମାନ ଖ୍ବାଜା ୨୩, ଟ୍ରାଭିସ୍‌ ହେଡ ୨୫, ମାଥ୍ୟୁ ଓ୍ବେଡ ୩୩ ରନ କରି ଆଉଟ ହୋଇଥିବା ବେଳେ ଅଧିନାୟକ ଟିମ୍‌ ପେନ୍‌ ବିନା ସ୍କୋରରେ ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଷ୍ଟୁଆର୍ଟ ବ୍ରଡ ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, କ୍ରିସ୍‌ ଓ୍ବକ୍ସ ଓ ଜ୍ୟାକ ଲିଚ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି।
ଶୁକ୍ରବାର ସକାଳୁ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରିଥିଲା। ଅଷ୍ଟ୍ରେଲୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ଇଂଲଣ୍ଡ ସ୍ବଳ୍ପ ରନରେ ଅଲଆଉଟ ହୋଇଥିଲା। ଘରୋଇ ମାଟିରେ ଏହା ଇଂଲଣ୍ଡର ଚତୁର୍ଥ ସର୍ବନିମ୍ନ ସ୍କୋର ସାବ୍ୟସ୍ତ ହୋଇଛି। ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଜୋ ଡେନଲି ମାତ୍ର ୧୨ ରନ କରି ଆଉଟ ହୋଇଥିବା ବେଳେ ଇଂଲଣ୍ଡର ବାକି ୧୦ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁପାରି ନାହାନ୍ତି। ଅଧିନାୟକ ଜୋ ରୁଟ୍‌ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର ରୋରି ବନର୍‌ସ ୯, ଜାସନ ରୟ ୯, ବେନ୍‌ ଷ୍ଟୋକ୍ସ ୮, ଉଇକେଟକିପର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋ ୪, ଜୋସ ବଟଲର ୫, କ୍ରିସ୍‌ ଓ୍ବକ୍ସ ୫, ଜୋଫ୍ରା ଆର୍ଚର ୭, ଜ୍ୟାକ ଲିଚ୍‌ ୧ ରନ କରି ଆଉଟ ହୋଇଥିଲେ। କ୍ରିସ୍‌ ବ୍ରଡ ୪ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ଜୋଶ ହାଜେଲଉଡ୍‌ ୫, ପ୍ୟାଟ କୁମିନ୍ସ ୩, ଜେମ୍ସ ପାଟିନସନ ୨ଟି ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୫୨.୧ ଓଭରରେ ୧୭୯ ରନରେ ଅଲଆଉଟ୍‌।
ଇଂଲଣ୍ଡ ପ୍ରଥମ ଇନିଂସ- ୨୭.୫ ଓଭରରେ ୬୭ ଅଲଆଉଟ୍‌
(ଡେନ୍‌ଲି- ୧୨, ହାଜଲେଉଡ- ୫/୩୦, କୁମିନ୍ସ-୩/୨୩, ପାଟିନସନ- ୨/ ୯)
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ- ୫୭ ଓଭରରେ ୧୭୧/୬
(ଲାବୁସେନ- ୫୩ *, ଓ୍ବେଡ- ୩୩, ହେଡ- ୨୫, ଖ୍ବାଜା- ୨୩, ହାରିସ- ୧୯, ବ୍ରଡ- ୨/୩୪, ଷ୍ଟୋକ୍ସ- ୨/୩୩, ଓ୍ବକ୍ସ- ୧/୩୪, ଲିଚ୍‌- ୧/୪୬)।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?