ଆଶ୍ରମ ସ୍କୁଲରୁ ଉଦ୍ଧାର ୬୨ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ମ୍ୟାଲେରିଆ, ଜଣ୍ଡିସ୍‌ରେ ୩ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୩ା୭ – ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଗଡପଳାଶୁଣି ପଞ୍ଚାୟତର ଇରିଙ୍ଗାଝରଣଠାରେ ବେଆଇନ ଭାବେ ଚାଲିଥିବା ଶ୍ରୀଶ୍ରୀ ଲକ୍ଷ୍ମୀ ନାରାୟଣ ଗୁରୁକୁଳ ଆଶ୍ରମ ସ୍କୁଲରୁ ଗୁରୁବାର ଜିଲା ପ୍ରଶାସନ ୬୨ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିଲା। ସେମାନଙ୍କ ମଧ୍ୟରେ ୧୭ ଜଣ ଛାତ୍ରୀ ଓ ୪୫ ଛାତ୍ର ରହିଛନ୍ତି। ଛାତ୍ରୀମାନଙ୍କୁ ସହରସ୍ଥିତ କାଠଗଡାଠାରେ ଥିବା ଓପନ ସେଲଟର ହୋମ ଓ ଛାତ୍ରମାନଙ୍କୁ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନ ଶିଶୁ ଗୃହରେ ରଖାଯାଇଛି ା ଶୁକ୍ରବାର ପୂର୍ବାହ୍ନରେ ସମସ୍ତ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଦୁଇ ଜଣ ମ୍ୟାଲେରିଆ ଓ ଜଣେ ଜଣ୍ଡିସରେ ଆକ୍ରାନ୍ତ ଥିବା ଜଣାପଡିବାରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେହିପରି ଅନୁଗୋଳ ଜିଲାରୁ ଜଣେ ଓ ଢେଙ୍କାନାଳ ଜିଲାର ବିଭିନ୍ନ ଅଞ୍ଚଳରୁ ୬ ଜଣ, କେନ୍ଦୁଝରର ୨ ଜଣ ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ଅଭିଭାବକଙ୍କ ଜିମା ଦିଆଯାଇଛି। ଜିଲାପାଳ ଭୂମେଶଚନ୍ଦ୍ର ବେହେରା ଶିଶୁ ଗୃହ ଓ ଓପନ ସେଲଟରକୁ ଯାଇ ଉଦ୍ଧାର ଛାତ୍ରୀଛାତ୍ରଙ୍କ ସହ ବ୍ୟକ୍ତିଗତ ଭାବେ କଥାହୋଇଥିଲେ। ଆଶ୍ରମ ସ୍କୁଲରେ ରହିଥିବା ସମସ୍ୟା ସମ୍ପର୍କରେ ସେମାନେ ଜିଲାପାଳଙ୍କ ଆଗରେ କହିଥିବା ଜଣାପଡିଛି । ସ୍ବାସ୍ଥ୍ୟ ପରୀକ୍ଷାବେଳେ ଜିଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ପ୍ରତାପ କୁମାର ଆଚାର୍ଯ୍ୟ, ସଭ୍ୟ ନିରଞ୍ଜନ ମିଶ୍ର ଓ ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନ ସମ୍ପାଦକ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍ଧାର ପରେ ସମସ୍ତ ଶିଶୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନୂତନ ପୋଷାକ ପ୍ରଦାନ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri