ଆଶ୍ରମ ସ୍କୁଲରୁ ଉଦ୍ଧାର ୬୨ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ମ୍ୟାଲେରିଆ, ଜଣ୍ଡିସ୍‌ରେ ୩ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୩ା୭ – ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଗଡପଳାଶୁଣି ପଞ୍ଚାୟତର ଇରିଙ୍ଗାଝରଣଠାରେ ବେଆଇନ ଭାବେ ଚାଲିଥିବା ଶ୍ରୀଶ୍ରୀ ଲକ୍ଷ୍ମୀ ନାରାୟଣ ଗୁରୁକୁଳ ଆଶ୍ରମ ସ୍କୁଲରୁ ଗୁରୁବାର ଜିଲା ପ୍ରଶାସନ ୬୨ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିଲା। ସେମାନଙ୍କ ମଧ୍ୟରେ ୧୭ ଜଣ ଛାତ୍ରୀ ଓ ୪୫ ଛାତ୍ର ରହିଛନ୍ତି। ଛାତ୍ରୀମାନଙ୍କୁ ସହରସ୍ଥିତ କାଠଗଡାଠାରେ ଥିବା ଓପନ ସେଲଟର ହୋମ ଓ ଛାତ୍ରମାନଙ୍କୁ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନ ଶିଶୁ ଗୃହରେ ରଖାଯାଇଛି ା ଶୁକ୍ରବାର ପୂର୍ବାହ୍ନରେ ସମସ୍ତ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଦୁଇ ଜଣ ମ୍ୟାଲେରିଆ ଓ ଜଣେ ଜଣ୍ଡିସରେ ଆକ୍ରାନ୍ତ ଥିବା ଜଣାପଡିବାରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେହିପରି ଅନୁଗୋଳ ଜିଲାରୁ ଜଣେ ଓ ଢେଙ୍କାନାଳ ଜିଲାର ବିଭିନ୍ନ ଅଞ୍ଚଳରୁ ୬ ଜଣ, କେନ୍ଦୁଝରର ୨ ଜଣ ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ଅଭିଭାବକଙ୍କ ଜିମା ଦିଆଯାଇଛି। ଜିଲାପାଳ ଭୂମେଶଚନ୍ଦ୍ର ବେହେରା ଶିଶୁ ଗୃହ ଓ ଓପନ ସେଲଟରକୁ ଯାଇ ଉଦ୍ଧାର ଛାତ୍ରୀଛାତ୍ରଙ୍କ ସହ ବ୍ୟକ୍ତିଗତ ଭାବେ କଥାହୋଇଥିଲେ। ଆଶ୍ରମ ସ୍କୁଲରେ ରହିଥିବା ସମସ୍ୟା ସମ୍ପର୍କରେ ସେମାନେ ଜିଲାପାଳଙ୍କ ଆଗରେ କହିଥିବା ଜଣାପଡିଛି । ସ୍ବାସ୍ଥ୍ୟ ପରୀକ୍ଷାବେଳେ ଜିଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ପ୍ରତାପ କୁମାର ଆଚାର୍ଯ୍ୟ, ସଭ୍ୟ ନିରଞ୍ଜନ ମିଶ୍ର ଓ ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନ ସମ୍ପାଦକ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍ଧାର ପରେ ସମସ୍ତ ଶିଶୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନୂତନ ପୋଷାକ ପ୍ରଦାନ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri