ଆସନ୍ତାବର୍ଷ ଫେବୃୟାରୀରେ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯-୭: ଆସନ୍ତାବର୍ଷ ଫେବୃୟାରୀ ୧୧ରୁ ତିନିଦିନ ଧରି ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି କରାଯିବ ବୋଲି ବ୍ରିଟେନ ହାଇକୋର୍ଟ ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ଏଥିପୂର୍ବରୁ ଚଳିତ ମାସ ୨ରେ ଲଣ୍ଡନ ହାଇକୋର୍ଟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ବିରୋଧରେ ଆଗତ ଅପିଲକୁ ଗ୍ରହଣ କରି ସମ୍ପୂର୍ଣ୍ଣ ଶୁଣାଣି ପାଇଁ ଅନୁମତି ଦେଇଛନ୍ତି। ହାଇକୋର୍ଟରୁ ମାଲ୍ୟାଙ୍କୁ ଆଶ୍ୱସ୍ତି ମିଳି ନ ଥିଲେ ତାଙ୍କୁ ତୁରନ୍ତ ଭାରତକୁ ପ୍ରତ୍ୟର୍ପଣ କରାଯାଇଥାନ୍ତା। କିଙ୍ଗଫିଶର ଏୟାରଲାଇନ୍ସର ପ୍ରମୋଟରଙ୍କୁ ପୂର୍ବରୁ ପଳାତକ ଆର୍ଥିକ ଅପରାଧି ଭାବେ ଘୋଷଣା କରାଯାଇସାରିଛି। ମାଲ୍ୟା ମଧ୍ୟ ଏହାକୁ ଚ୍ୟାଲେଞ୍ଜ କରି ବମ୍ବେ ହାଇକୋର୍ଟରେ ଅପିଲ କରିଛନ୍ତି, ଯାହାର ଶୁଣାଣି ଆରମ୍ଭ ହୋଇଛି। ସୂଚନାଥାଉ କି, ଭାରତର ଏକାଧିକ ବ୍ୟାଙ୍କରୁ ପ୍ରାୟ ୯ହଜାର କୋଟି ଟଙ୍କା ନେଇ ମାଲ୍ୟା ବ୍ରିଟେନ ପଳାଇଥିଲେ। ତାଙ୍କ ବିରୋଧରେ ମନିଲଣ୍ଡରିଂ ଅଭିଯୋଗ ହୋଇଛି। ଓ୍ବେଷ୍ଟ ମିନିଷ୍ଟର କୋର୍ଟଙ୍କ ରାୟକ୍ରମେ ବ୍ରିଟେନ ଗୃହସଚିବ ସାଜିଦ ଜାଭିଦ୍‌ ତାଙ୍କୁ ପ୍ରତ୍ୟର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷରେ ବନ୍ଦ ହୋଇଯାଇଥିବା କିଙ୍ଗଫିଶର ଏୟାରଲାଇନ୍ସର ବକେୟା ଋଣ ବାବଦ ଅର୍ଥକୁ ୧୦୦ ପ୍ରତିଶତ ଫେରାଇ ଦେବା ଲାଗି ମାଲ୍ୟା ରାଜି ଥିବା ବାରମ୍ବାର ସୋସିଆଲ ମିଡିଆ ଜରିଆରେ ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri