Posted inଜାତୀୟ

ଆସନ୍ତା ସପ୍ତାହରେ ୪ ଗୁରୁତ୍ୱପୂର୍ଣ୍ଣ ରାୟ

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ୧୭ ତାରିଖରେ ଅବସର ନେବାକୁ ଯାଉଥିଲାବେଳେ ଏହା ପୂର୍ବରୁ ତାଙ୍କ ଖଣ୍ଡପୀଠ ଆସନ୍ତା ସପ୍ତାହରେ ୪ଟି ଗୁରୁତ୍ୱପୂର୍ଣ୍ଣ ମାମଲାରେ ରାୟ ପ୍ରଦାନ କରିବେ। ନରେନ୍ଦ୍ର ମୋଦି ସରକାରଙ୍କ ରାଫାଲ ଯୁଦ୍ଧବିମାନ କିଣିବା ପ୍ରସ୍ତାବକୁ ସୁପ୍ରିମକୋର୍ଟ ୨୦୧୮ ଡିସେମ୍ବର ୧୪ରେ କ୍ଲିନ୍‌ଚିଟ ଦେଇଥିଲେ। ଏହା ଉପରେ ଦାଏର ରିଭ୍ୟୁ ପିଟିଶନର ରାୟ ଆସନ୍ତା ସପ୍ତାହରେ ପ୍ରକାଶ ପାଇବ। ସେହିପରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ଚୌକିଦାର ଚୋର ହୈ’ କହି ସୁପ୍ରିମକୋର୍ଟରେ ଭୁଲ୍‌ ମତ ରଖିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଚାଲିଥିବା ଅଦାଲତ ଅବମାନନା ମାମଲାର ରାୟ ପ୍ରକାଶ ପାଇବାକୁ ଯାଉଛି। ଏହାବ୍ୟତୀତ କେରଳର ସାବରିମାଲା ମନ୍ଦିରରେ ସବୁ ବୟସ ବର୍ଗର ମହିଳାଙ୍କ ପ୍ରବେଶ ଅନୁମତି ଉପରେ ରିଭ୍ୟୁ ପିଟିଶନର ରାୟ ଆସନ୍ତା ସପ୍ତାହରେ ପ୍ରକାଶ ପାଇବ। ସିଜେଆଇଙ୍କ କାର୍ଯ୍ୟାଳୟ ସୂଚନା ଅଧିକାର ପରିସରଭୁକ୍ତ ବୋଲି ଦିଲ୍ଲୀ ହାଇକୋର୍ଟ ଦେଇଥିବା ରାୟକୁ ସର୍ବୋଚ୍ଚ ଅଦାଲତର ମହାସଚିବ ଓ ଏହାର କେନ୍ଦ୍ରୀୟ ଜନସମ୍ପର୍କ ଅଧିକାରୀ ୨୦୧୦ରେ ଚ୍ୟାଲେଞ୍ଜ କରିଥିଲେ। ଗତ ଏପ୍ରିଲ ୪ରେ ସିଜେଆଇ ଗୋଗୋଇଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ଏହାର ରାୟକୁ ସଂରକ୍ଷିତ ରଖିଥିଲେ। ତାହା ଆସନ୍ତା ସପ୍ତାହରେ ପ୍ରକାଶ ପାଇବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri