ଆସନ୍ତା ୧୯ରେ ପ୍ରତ୍ୟେକ ପଞ୍ଚାୟତରେ ହେବ ସଭା: ଏପ୍ରିଲ ୧ରୁ ମେ ୧୫ ମଧ୍ୟରେ ହିତାଧିକାରୀଙ୍କୁ ମିଳିବ ୪ ମାସର ଭତ୍ତା, ୩ ମାସର ରାଶନ ସାମଗ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ହାଡଫୁଟି ପରି କରୋନା ପାଇଁ କୌଣସି ଔଷଧ ନାହିଁ। ଏହା ଅତ୍ୟନ୍ତ ସଂକ୍ରାମକ ମଧ୍ୟ। ସଂକ୍ରମଣଠାରୁ ନିଜକୁ ଦୂରେଇ ରଖିବା ସବୁଠାରୁ ବଡ଼ ସୁରକ୍ଷା। ଏଥିପାଇଁ ଘରେ ଅଲଗା ରହିବା ହିଁ ସବୁଠାରୁ ଉପଯୁକ୍ତ ଉପଚାର। ଏହାକୁ ଭୟ କରନ୍ତୁ ନାହିଁ। ନିଜେ ସତର୍କ ରହି, ସଚେତନ ରୁହନ୍ତୁ। କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାରେ ପ୍ରଦାନ କରାଯାଉଥିବା ମାସିକ ଭତ୍ତା ଆଗାମୀ ୪ ମାସ ପାଇଁ ଏକକାଳୀନ ପ୍ରଦାନ କରାଯିବ। ଜନସମାବେଶକୁ ସୀମିତ ରଖିବା ନିମନ୍ତେ ଏହି ଟଙ୍କାକୁ ହିତାଧିକାରୀଙ୍କୁ ନିଜ ଗ୍ରାମରେ ହିଁ ପ୍ରଦାନ କରାଯିବ। ଏଥିନିମନ୍ତେ ଆସନ୍ତା ମାର୍ଚ୍ଚ ୧୯ରେ ହେବାକୁ ଥିବା ପ୍ରତ୍ୟେକ ଗ୍ରାମପଞ୍ଚାୟତ ସଭାରେ ଭତ୍ତା ବଣ୍ଟନ ତାରିଖ ଓ କାର୍ଯ୍ୟକ୍ରମ ସ୍ଥିରୀକୃତ କରାଯିବ।

ସେହିଭଳି ଏନ୍‌ଏଫ୍‌ଏସ୍‌ ଆକ୍ଟରେ ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ଆସନ୍ତା ଏପ୍ରିଲ ୧ରୁ ମେ ୧୫ ଅର୍ଥାତ ୪୫ ଦିନ ମଧ୍ୟରେ ଚାଉଳ, ଗହମ, କିରୋସିନ ଆଦି ଅତ୍ୟାବଶ୍ୟକ ଜିନିଷ ମିଳିବ। କରୋନା ପାଇଁ ଆଗୁଆ ମିଳିବ ୩ ମାସର ରାଶନ। ଏଥିସହ ରାଶନ ଦୋକାନୀମାନଙ୍କୁ ଗହଳି ମୁକ୍ତ ରଖିବା ନିମନ୍ତେ ଏହି ବ୍ୟବସ୍ଥା କରାଯାଉଛି। ତେବେ କରୋନା ସଂକ୍ରାମକ ହୋଇଥିବାରୁ ଇ-ପାସ, ବାୟୋମେଟ୍ରିକ୍‌ ମେଶିନ ବନ୍ଦ ରହିବ। ରାଶନ ଦେବା ଲାଗି ବାୟୋମେଟ୍ରିକ୍‌, ଆଇରିସ ସ୍କାନିଂ ବ୍ୟବହାର ହେବନାହିଁ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ଦେଶର ପରମାଣୁ ସୁରକ୍ଷା ବିପଦରେ, କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ରର ଡାଟା ଲିକ୍‌

ଚେନ୍ନାଇ,୧୫ା୭: ତାମିଲନାଡୁରେ ଅବସ୍ଥିତ ଦେଶର ସର୍ବବୃହତ କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ର ସହିତ ଜଡ଼ିତ ସମ୍ବେଦନଶୀଳ ଡାଟା ଲିକ୍‌ ହୋଇଛି। ଓ୍ବାଲର୍‌ଡ ଲିକ୍ସ ନାମରେ ଜଣାଶୁଣା ଦୁଇଟି ହ୍ୟାକର…

କେନ୍ଦ୍ର କ୍ୟାବିନେଟର ୭ ବଡ଼ ନିଷ୍ପତ୍ତି: ସେମିକନ ୨.୦ ମିଶନକୁ ମଞ୍ଜୁରୀ, ବାରାଣସୀ ପାଇଁ…

ନୂଆଦିଲ୍ଲୀ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୭ଟି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିମଧ୍ୟରୁ ଦେଶରେ ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ସୁଦୃଢ଼ କରିବା…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri