ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ଅନୁଭୂତ ହେବ ସାହାରା ମରୁଭୂମି ଭଳି ତାତି: ୧୨୦ କୋଟି ଭାରତୀୟ ହେବେ ପ୍ରଭାବିତ

ଲଣ୍ଡନ/ନୂଆଦିଲ୍ଲୀ,୬।୫: ସାରା ପୃଥିବୀରେ ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଯଦି ଜାରି ରୁହେ, ତେବେ ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ସାହାରା ମରୁଭୂମି ଭଳି ତାତି ଅନୁଭୂତ ହେବ। ଏହାଦ୍ୱାରା ୧୨୦ କୋଟି ଭାରତୀୟ ପ୍ରଭାବିତ ହେବେ ବୋଲି ବ୍ରିଟେନ୍‌ର ଏକ୍ସଟେର ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ବିଶ୍ୱତାପନର ପ୍ରଭାବ ଦ୍ୱାରା ଏଭଳି ସମସ୍ୟା ଦେଖାଯିବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଯାହାକି ଗତ ୬ ହଜାର ବର୍ଷ ମଧ୍ୟରେ ପୃଥିବୀରେ ଦେଖାଯାଇ ନ ଥିଲା ବୋଲି ଏଥିରେ ଦର୍ଶାଯାଇଛି। ଏହାଯୋଗୁ ନାଇଜେରିଆର ୪୮ କୋଟି ୫୦ ଲକ୍ଷ ଲୋକ ପ୍ରଭାବିତ ହେବେ। ସେହିପରି ପାକିସ୍ତାନର ୧୮ କୋଟି ୫୦ ଲକ୍ଷ, ଇଣ୍ଡୋନେସିଆର ୧୪ କୋଟି ୬୦ ଲକ୍ଷ, ଏବଂ ସୁଦାନର ୧୦ କୋଟି ୩୦ ଲକ୍ଷ, ନାଇଜରରେ ୧୦ କୋଟି ଜନସାଧାରଣଙ୍କୁ ପ୍ରବଳ ତାତିର ସମ୍ମୁଖୀନ ହେବାକୁ ପଡ଼ିବ। ସେହିପରି ଫିଲିପାଇନ୍ସ୍‌ର ୯ କୋଟି ୯୦ ଲକ୍ଷ, ବାଂଲାଦେଶର ୯ କୋଟି ୮୦ ଲକ୍ଷ, ବୁର୍କିନା ଫାସୋର ୬ କୋଟି ୪୦ ଲକ୍ଷ ଏବଂ ଥାଇଲାଣ୍ଡର ୬ କୋଟି ୨୦ ଲକ୍ଷ ଲୋକ ଏହା ଦ୍ୱାରା ପ୍ରଭାବିତ ହେବେ। ଲଣ୍ଡନର ନ୍ୟାଶନାଲ ଏକାଡେମୀ ଅଫ୍‌ ସାଇନ୍ସେଜ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ ମନୁଷ୍ୟ ସର୍ବନିମ୍ନ୍‌ ୬ ଡିଗ୍ରୀରୁ ଆରମ୍ଭ କରି ସର୍ବାଧିକ ୨୮ ଡିଗ୍ରୀ ସେଣ୍ଟିଗ୍ରେଡ୍‌ ତାପମାତ୍ରା ଅନୁଭୂତ ହେଉଥିବା ଅଞ୍ଚଳରେ ବସବାସ କରିବାକୁ ବିଶେଷ ଭାବେ ପସନ୍ଦ କରିଥାଏ। ବିଶ୍ୱତାପନ ଯୋଗୁ ପୃଥିବୀର ତାପମାତ୍ରାରେ ହାରାହାରି ୩ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଭାରତରେ ସମ୍ପ୍ରତି ଖରାଦିନେ ହାରାହାରି ତାପମାତ୍ରା ୪୮ ଡିଗ୍ରୀ ରହୁଥିବାବେଳେ ଚଳିତ ଶତାବ୍ଦୀ ଶେଷ ବେଳକୁ ଏହା ବଢ଼ି ୫୫ରୁ ୫୬ ଡିଗ୍ରୀ ହୋଇଯିବ ବୋଲି ଅନୁମାନ କରାଯାଉଛି। ବେଜନିଜେନ୍‌ ବିଶ୍ୱବିଦ୍ୟାଳୟର ପ୍ରଫେସର ମାର୍ଟେନ୍‌ ଶେଫରଙ୍କ ଅନୁସାରେ ୨୯ ଡିଗ୍ରୀ ତାପମାତ୍ରାରେ ବସବାସ କରିବା ମନୁଷ୍ୟ ପାଇଁ ସମସ୍ୟା ସୃଷ୍ଟି କରିଥାଏ। ଏପରିସ୍ଥଳେ ହାରାହାରି ୫୦ ଡିଗ୍ରୀରୁ ଅଧିକ ତାପମାତ୍ରାରେ କିଭଳି ରହିହେବ ତାହା ବେଶ୍‌ ଚିନ୍ତା ଜନକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri