ଆସନ୍ନ ପ୍ରସବାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଫୁଲବାଣୀ ଅଫିସ,୧ା୯- ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଆସନ୍ନ ପ୍ରସବାଙ୍କ ଅସ୍ତ୍ରୋପଚାର କକ୍ଷରେ ମୃତ୍ୟୁ ଘଟିଛି । ଏହାକୁ ନେଇ ପରିବାର ଲୋକଙ୍କ ପକ୍ଷରୁ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ କରାଯାଇଛି। ଘଟଣା ଘଟିବା ପରେ ମୃତକଙ୍କ ପରିବାର ଲୋକ ଏବଂ ସମ୍ପର୍କୀୟଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାରେ କେହି ଦାୟୀ ନୁହଁନ୍ତି, ଆନାସ୍ଥେସିଆ ଦିଆଯିବା ପରେ ତାଙ୍କର ହୃଦ୍‌ଘାତ ହୋଇଥିବା ମେଡିକାଲ କର୍ତ୍ତୃପକ୍ଷ କହିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ମହିଳା ହେଲେ ଜି.ଉଦୟଗିରି ବ୍ଲକ ଟିଆଙ୍ଗିଆ ପଞ୍ଚାୟତ ବୁନ୍ଦୁଲିପଡାର ବିଜୟ କୁମାର ନାୟକଙ୍କ ସ୍ତ୍ରୀ ସ୍ବର୍ଣ୍ଣଲତା ସାନସେଟ୍‌। ମିଳିଥିବା ସୂଚନା ଅନୁଯାୟୀ, ସ୍ବର୍ଣ୍ଣଲତାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ଗତ ୨୭ ତାରିଖରୁ ମେଡିକାଲରେ ଆଡମିଶନ ହୋଇଥିଲେ। ଶୁକ୍ରବାର ଯନ୍ତ୍ରଣା ଅଧିକ ହେବାରୁ ତାଙ୍କର ଅସ୍ତ୍ରୋପଚାର କରାଯିବାକୁ ଡାକ୍ତର କହିଥିଲେ। ସେହି ଅନୁସାରେ ତାଙ୍କୁ ଅସ୍ତ୍ରୋପଚାର କକ୍ଷକୁ ନିଆଯାଇ ଆନାସ୍ଥେସିଆ ଦିଆଯିବା ପରେ ତାଙ୍କ ଶରୀରରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା ା କିଛି ସମୟ ମଧ୍ୟରେ ତାଙ୍କ ପ୍ରାଣବାୟୂ ଉଡି ଯାଇଥିଲା ା ଡାକ୍ତର ବହୂଚେଷ୍ଟା କରିଥିଲେ ମଧ୍ୟ ସଫଳତା ମିଳି ନ ଥିଲା ବୋଲି ଏଡିଏମ୍‌ଓ ମେଡିକାଲ ମନୋରଞ୍ଜନ ରାଉତ କହିଛନ୍ତି॥


Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri