Posted inଜାତୀୟ

ଆସାମରେ ଏନ୍‌ଆର୍‌ସି ସମୟସୀମା ବୃଦ୍ଧି ପାଇଁ ଆବେଦନ କଲେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୬।୭: ଆସାମରେ ଜାତୀୟ ନାଗରିକ ପଞ୍ଜିକରଣ(ଏନ୍‌ଆର୍‌ସି) ସମୟ ସୀମା ବୃଦ୍ଧି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ ଦାଖଲ ହୋଇଛି। ଏହି ଆବେଦନ ବିଷୟରେ ଚିନ୍ତା କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ଏଥିପାଇଁ ସମୟ ସୀମା ଜୁଲାଇ ୩୧ ଧାର୍ଯ୍ୟ କରାଯାଇଥିଲା। ତେବେ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ସମୟସୀମା ବୃଦ୍ଧି ଲାଗି ଏକ ଆବେଦନ ଦାଖଲ କରାଯାଇଛି। ସମୟସୀମା ବୃଦ୍ଧି ଆବେଦନର ଯାଞ୍ଚ୍‌ ପରେ ନ୍ୟାୟିକ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏବଂ ବିଚାରପତି ଆର୍‌. ଏଫ୍‌. ନରିମନ୍‌ଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏହା ସୂଚିତ କରିଛନ୍ତି। ତରବରିଆ ଭାବେ ଏନ୍‌ଆର୍‌ସି ଏତେ କମ୍‌ ସମୟ ମଧ୍ୟରେ ଅସମ୍ଭବ ବୋଲି ସରକାରଙ୍କ ପକ୍ଷରୁ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି। ସୂଚନାଯୋଗ୍ୟ, ଆସାମରେ ଏନ୍‌ଆର୍‌ସି ରିପୋର୍ଟ ୨୦୧୮ ଜୁଲାଇ ୩୦ରେ ଜାରି ହୋଇଥିଲା। ଏଥିରେ ରାଜ୍ୟର ୩ କୋଟି ୨୯ ହଜାର ଲୋକଙ୍କ ମଧ୍ୟରୁ ୨ କୋଟି ୮୯ ହଜାର ଲୋକଙ୍କ ନାମ ସାମିଲ୍‌ ହୋଇଥିଲା। ଅବଶିଷ୍ଟ ୪୦ ଲକ୍ଷ ୭୦ ହଜାର ୭ ଶହ ୭ ଲୋକଙ୍କ ନାମ ତାଲିକାରୁ ବାଦ୍‌ ପଡ଼ିଥିଲା। ସେହିପରି ୩୭ ଲକ୍ଷ ୫୯ ହଜାର ୬ ଶହ ୩୦ ଜଣ ଲୋକଙ୍କ ନାମକୁ ଅସ୍ବୀକାର କରାଯାଇଥିଲା। ଅପରପକ୍ଷରେ ୨ଲକ୍ଷ ୪୮ ହଜାର ୭୭ ଜଣଙ୍କ ନାମକୁ ଅଲଗା ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri