Posted inଜାତୀୟ

ଆସାମରେ ଏନ୍‌ଆର୍‌ସି ସମୟସୀମା ବୃଦ୍ଧି ପାଇଁ ଆବେଦନ କଲେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୬।୭: ଆସାମରେ ଜାତୀୟ ନାଗରିକ ପଞ୍ଜିକରଣ(ଏନ୍‌ଆର୍‌ସି) ସମୟ ସୀମା ବୃଦ୍ଧି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ ଦାଖଲ ହୋଇଛି। ଏହି ଆବେଦନ ବିଷୟରେ ଚିନ୍ତା କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ଏଥିପାଇଁ ସମୟ ସୀମା ଜୁଲାଇ ୩୧ ଧାର୍ଯ୍ୟ କରାଯାଇଥିଲା। ତେବେ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ସମୟସୀମା ବୃଦ୍ଧି ଲାଗି ଏକ ଆବେଦନ ଦାଖଲ କରାଯାଇଛି। ସମୟସୀମା ବୃଦ୍ଧି ଆବେଦନର ଯାଞ୍ଚ୍‌ ପରେ ନ୍ୟାୟିକ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏବଂ ବିଚାରପତି ଆର୍‌. ଏଫ୍‌. ନରିମନ୍‌ଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏହା ସୂଚିତ କରିଛନ୍ତି। ତରବରିଆ ଭାବେ ଏନ୍‌ଆର୍‌ସି ଏତେ କମ୍‌ ସମୟ ମଧ୍ୟରେ ଅସମ୍ଭବ ବୋଲି ସରକାରଙ୍କ ପକ୍ଷରୁ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି। ସୂଚନାଯୋଗ୍ୟ, ଆସାମରେ ଏନ୍‌ଆର୍‌ସି ରିପୋର୍ଟ ୨୦୧୮ ଜୁଲାଇ ୩୦ରେ ଜାରି ହୋଇଥିଲା। ଏଥିରେ ରାଜ୍ୟର ୩ କୋଟି ୨୯ ହଜାର ଲୋକଙ୍କ ମଧ୍ୟରୁ ୨ କୋଟି ୮୯ ହଜାର ଲୋକଙ୍କ ନାମ ସାମିଲ୍‌ ହୋଇଥିଲା। ଅବଶିଷ୍ଟ ୪୦ ଲକ୍ଷ ୭୦ ହଜାର ୭ ଶହ ୭ ଲୋକଙ୍କ ନାମ ତାଲିକାରୁ ବାଦ୍‌ ପଡ଼ିଥିଲା। ସେହିପରି ୩୭ ଲକ୍ଷ ୫୯ ହଜାର ୬ ଶହ ୩୦ ଜଣ ଲୋକଙ୍କ ନାମକୁ ଅସ୍ବୀକାର କରାଯାଇଥିଲା। ଅପରପକ୍ଷରେ ୨ଲକ୍ଷ ୪୮ ହଜାର ୭୭ ଜଣଙ୍କ ନାମକୁ ଅଲଗା ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri