Posted inଜାତୀୟ

ଆସାମ ବନ୍ୟା ସ୍ଥିତି ସଙ୍ଗିନ: ୭ ମୃତ, ୧୫ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୪ା୭: ଆସାମରେ ବନ୍ୟାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟର ୩୩ ଜିଲା ମଧ୍ୟରୁ ୨୫ଟି କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ ସମେତ ସେନାକୁ ନିୟୋଜିତ କରାଯାଇଛି। ବ୍ରହ୍ମପୁତ୍ର ଓ ଅନ୍ୟ ୫ଟି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଚା’ଚାଷ ବହୁଳ ଅଞ୍ଚଳ ଧେମାଜି ଓ ଲକ୍ଷ୍ମୀପୁର ସମେତ ବୋଙ୍ଗାଇଗାଓଁ ଏବଂ ବାରପେଟା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଜଣେ ଅଧିକାରୀ କହିଛନ୍ତି। ୮୫ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଥିବା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଭୂସ୍ଖଳନ ଯୋଗୁ ଗୋଲାଘାଟରେ ୨ ଏବଂ ହାଫ୍‌ଲଙ୍ଗ୍‌ରେ ଜଣେ ପ୍ରାଣ ହରାଇବା ଫଳରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭ରେ ପହଞ୍ଚତ୍ଛି। ୨୭,୦୦୦ ହେକ୍ଟରରୁ ଅଧିକ ଚାଷଜମି ଜଳପ୍ଳାବିତ ହୋଇଛି। ୨୦,୦୦୦ ଲୋକଙ୍କୁ ଉଦ୍ଧାର କରାଯାଇ ବିଭିନ୍ନ ରିଲିଫ କେନ୍ଦ୍ରରେ ରଖାଯାଇଛି। ବାରପେଟା ଜିଲାରେ ସର୍ବାଧିକ ୫ ଲକ୍ଷ ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। କାଜିରଙ୍ଗା ଜାତୀୟ ଉଦ୍ୟାନର ଅଧା ଅଞ୍ଚଳ ବନ୍ୟାଜଳରେ ବୁଡ଼ିଯାଇଛି। ଜାତୀୟ ଉଦ୍ୟାନରେ ବନ୍ୟାପାଣି ପଶିବାରୁ ସେଠାରୁ ପ୍ରାଣୀମାନେ ପଳାୟନ କରିଛନ୍ତି। ଉତ୍ତରପୂର୍ବାଞ୍ଚଳର ବିଭିନ୍ନ ରାଜ୍ୟରେ ବନ୍ୟା ଯୋଗୁ ପଶ୍ଚିମବଙ୍ଗ ଓ ସିକ୍କିମ୍‌ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଦୋଆର ଅଞ୍ଚଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ବିଭିନ୍ନ ସ୍ଥାନରେ ପର୍ଯ୍ୟଟକମାନେ ଅଟକି ରହିଛନ୍ତି। ସିଲିଗୁଡି-ସିକ୍କିମ ରାସ୍ତା ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri