ଆସିକାରୁ ବ୍ରହ୍ମପୁର ଚାଲାଣ ବେଳେ ୨ ବସ୍ତା ଗଞ୍ଜେଇ ଜବତ: ୩ କୋର୍ଟଚାଲାଣ

ହିିଞ୍ଜିଳିକାଟୁ,୧୯ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ପୋଲିସ ମଙ୍ଗଳବାର ଖଣ୍ଡରା ଛକରେ ପାଟ୍ରୋଲିଂ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏକ ଅଟୋ ଉପରେ ଚଢ଼ାଉ କରିଥିଲା। ଅଟୋରେ ଥିବା ୨ ବସ୍ତା ଚୋରା ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରଫ ପରେ କୋର୍ଟଚାଲାଣ କରିଛି। ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ବୁଲୁ କୁମାର ପ୍ରଧାନ, ସୀମାଞ୍ଚଳ ପାତ୍ର ଓ ବନମାଳୀ ସ୍ବାଇଁ (ଅଟୋଚାଳକ)। ବୁଲୁ ଓ ସୀମାଞ୍ଚଳଙ୍କ ଘର ଆସିକା ଅଞ୍ଚଳରେ। ବନମାଳୀଙ୍କ ଘର ବଡ଼ଗଡ଼ ରୁଗୁମୁ ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେମାନଙ୍କ ନିକଟରୁ ୩ ମୋବାଇଲ ଫୋନ ଜବତ କରାଯାଇଛି। ପୋଲିସ ଜେରା ପରେ ସେମାନେ ଚୋରା ଗଞ୍ଜେଇକୁ ଆସିକାରୁ ବ୍ରହ୍ମପୁର ଚାଲାଣ କରୁଥିବା କହିଥିଲେ। ଉକ୍ତ ଗଞ୍ଜେଇ ସେମାନେ କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରୁ ସଂଗ୍ରହ କରି ବ୍ରହ୍ମପୁର ସମେତ ଜିଲାର ବିଭିନ୍ନ ସ୍ଥାନକୁ ଚୋରାଚାଲାଣ କରୁଥିବା ପୋଲିସ ପ୍ରକାଶ କରିଛି। ଏ ନେଇ ଥାନାରେ କେସ୍‌ ନଂ. ୯୧/୨୦ରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଥିବା ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri