ଆସିକା ଚିନିଶିଳ୍ପର ସାଧାରଣ ବୈଠକ: ଆଧୁନିକୀକରଣ ନିମନ୍ତେ ୪୨କୋଟି ଟଙ୍କାର ବ୍ୟୟ ଅଟକଳ

ଆସିକା, ୨୮ା୧୧(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପ ପରିଚାଳନା ପରିଷଦର ସାଧାରଣ ବୈଠକ ବୁଧବାର ମଧ୍ୟାହ୍ନରେ ଚିନିଶିଳ୍ପ ସଭାଗୃହରେ ଅନୁଷ୍ଠିତ ହୋଇଥିଲା। ପରିଚାଳନା ପରିଷଦ ସଭାପତି ବିପିନ ବିହାରୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାଧାରଣ ବୈଠକରେ ଆସିକା ସମବାୟ କେନ୍ଦ୍ର ବ୍ୟାଙ୍କ ସଭାପତି ବୀରେନ୍ଦ୍ର କେଶରୀ ଆରୁଖ ମୁଖ୍ୟଅତିଥି ରୂପେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ସମ୍ପାଦକ ଆର୍‌. ଚନ୍ଦ୍ରଶେଖର ରେଡ୍ଡୀ, ଆଖୁ ପରିଚାଳକ ଭଗବାନ ପଣ୍ଡା, ହିସାବ ଅଧିକାରୀ ସନ୍ତୋଷ କୁମାର ପାତ୍ର, ବୈଷୟିକ ଅଧିକାରୀ ଏମ୍‌. ଗୁରୁନାଥନ୍‌, ସମବାୟ ବିଭାଗ ପ୍ରତିନିଧି ବିଜୟ କୁମାର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରାଥମିକ ସେବା ସମିତିର ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ପ୍ରତିନିଧି ବୈଠକରେ ଯୋଗ ଦେଇଥିଲେ। ଏହି ଅବସରରେ ୨୦୧୮-୧୯ ବାର୍ଷିକ ସାଧାରଣ ସଭା ଓ ବାର୍ଷିକ ସାଧାରଣ ପ୍ରଶାସନିକ ବିବରଣୀ ପଠନ ଓ ଅନୁମୋଦନ କରାଯାଇଥିଲା। ୨୦୧୯-୨୦ ବର୍ଷ ପାଇଁ କାରଖାନାର ବ୍ୟବସାୟିକ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷ କରି ଚିନିଶିଳ୍ପରୁ ପ୍ରସ୍ତୁତ ଦେଶୀ ମଦ ଯୋଗାଣ ଲାଗି ସରକାର ବର୍ତ୍ତମାନ ରାଜ୍ୟର ୯ଟି ଜିଲା ନିମନ୍ତେ ଅନୁମୋଦନ କରିଛନ୍ତି। ଚିନିଶିଳ୍ପର ସ୍ବାର୍ଥରକ୍ଷା ଦୃଷ୍ଟିରୁ ସମଗ୍ର ରାଜ୍ୟ ପାଇଁ ଏହି ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଗୃହୀତ ହୋଇଥିଲା। ସେହିଭଳି ଚିନିଶିଳ୍ପର ଆଧୁନିକୀକରଣ ନିମନ୍ତେ ୪୨କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ରାଜ୍ୟ ସରକାରଙ୍କ ଅନୁମୋଦନ ନିମନ୍ତେ ପଠାଯାଇଛି। ଅନୁମୋଦନ ପରେ ଏହି କାରଖାନା ଉନ୍ନତମାନର ଅଧିକ ଚିନି ଉପତ୍ାଦନ କରି ସଂସ୍ଥାକୁ ଲାଭଜନକ ସ୍ଥିତିକୁ ଆଣିବ ବୋଲି ଆଲୋଚନା କରାଯାଇଥିଲା। ଏହି ଅବସରରେ ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧୭୦ କୋଟି ୧୩ ଲକ୍ଷ ଟଙ୍କାର ଏକ ବ୍ୟୟ ଅଟକଳ କରାଯାଇଥିବାବେଳେ ୩କୋଟି ୪୪ ଲକ୍ଷ ଟଙ୍କା ଲାଭ ହେବା ନେଇ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri