ଆସିକା ବିଧାୟକ ପ୍ରାର୍ଥୀ ମନୋଜ ହତ୍ୟା ଘଟଣା: ପରିବାର ସଦସ୍ୟଙ୍କୁ ଭେଟିଲେ କଂଗ୍ରେସ ପଦାଧିକାରୀ

ଆସିକା,୩୦ା୫(ଡି.ଏନ୍‌.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ ହୋଇଥିଲା। ୨୩ ତାରିଖ ରାତିରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ଘଟିଥିଲା। ହତ୍ୟାର ୬ଦିନ ପରେ ବୁଧବାର ଅପରାହ୍ନରେ କଂଗ୍ରେସର ବରିଷ୍ଠ ପଦାଧିକାରୀମାନେ ମନୋଜଙ୍କ ନୂଆଗଁାସ୍ଥିତ ବାସଭବନରେ ପହଞ୍ଚତ୍ ଶୋକସନ୍ତପ୍ତ ପରିବାରଙ୍କୁ ଭେଟିଥିଲେ। ମନୋଜଙ୍କ ବାପା, ଭାଇ ଓ ସ୍ତ୍ରୀଙ୍କୁ ସାନ୍ତ୍ବନା ଦେଇଥିଲେ। କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧୀଙ୍କ ନିର୍ଦ୍ଦେଶମତେ ଏହି ପଦାଧିକାରୀମାନେ ଏଠାରେ ପହଞ୍ଚତ୍ଥିବା ଓ ପରିବାର ସଦସ୍ୟ ଭାବେ ସୁଖଦୁଃଖରେ ସାଥିରେ ରହିବା ନେଇ ଆଶ୍ୱାସନା ଦେଇଥିଲେ। ପିସିସି ଓଡ଼ିଶା ପ୍ରଭାରୀ ତଥା ଏଆଇସିସି ସାଧାରଣ ସମ୍ପାଦକ ଜିତେନ୍ଦ୍ର ସିଂ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ସାନଖେମୁଣ୍ଡି କଂଗ୍ରେସ ବିଧାୟକ ରମେଶ ଜେନା, ଜିଲା କଂଗ୍ରେସ ସଭାପତି ତ୍ରିନାଥ ବେହେରା, ରାଜ୍ୟ ସହପ୍ରଭାରୀ ରୁଦ୍ର ରାଜୁ, ଅନିଲ୍‌ ଚୌଧୁରୀ, ଶମ୍ଭୁ ପାଣିଗ୍ରାହୀ, ଶୁଭେନ୍ଦୁ ମହାନ୍ତି, ବିଜୟ କୁମାର ସାହୁ ପ୍ରମୁଖ ଏହି ପ୍ରତିନିଧି ଦଳରେ ସାମିଲ ଥିଲେ। ଏହି ଅବସରରେ ଗଞ୍ଜାମ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡି ପଡିଥିବା ପ୍ରଭାରୀ ସିଂ ଅଭିଯୋଗ କରିଥିଲେ। ହତ୍ୟାକାଣ୍ଡର ସପ୍ତାହେ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ସହ କଠୋର କାର୍ଯ୍ୟାନୁଷ୍ଠାନ ନିମନ୍ତେ ସେ ଦାବି କରିଥିଲେ।
ସୂଚନାଯୋଗ୍ୟ, ଗତ ୨୨ ତାରିଖ ରାତି ପ୍ରାୟ ୯ଟାରେ ମନୋଜ କାର ଯୋଗେ ଭୁବନେଶ୍ୱରରୁ ବ୍ରହ୍ମପୁର ଦେଇ ଆସିକା ଫେରୁଥିଲେ। ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ନିକଟରେ ପରିସ୍ରା କରିବାକୁ କାରରୁ ଓହ୍ଲାଇଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ମନୋଜଙ୍କ ଗଳାକୁ ଧାରୁଆ ଅସ୍ତ୍ରରେ କାଟି ଦେବା ସହ ଗୁଳିମାଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri