ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍‌କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୬ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ଗୁଳିମାଡ଼ ଓ ତଣ୍ଟି କାଟି ହତ୍ୟା କରାଯାଇଥିଲା। ଏହି ହାଇପ୍ରୋଫାଇଲ୍‌ ହତ୍ୟାକାଣ୍ଡରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗୋଳନ୍ଥରା ଥାନା ଅମିତ୍‌ ହସ୍ପିଟାଲ ନିକଟରେ ଶୁକ୍ରବାର ରାତ୍ର ସାଢ଼େ ୧୧ଟାରେ ପୋଲିସ ଦୁଇଜଣଙ୍କୁ ଏନ୍‌କାଉଣ୍ଟର କରିଛି ସେମାନେ ହେଲେ ଆସିକାର ବୁଲୁ ଓରଫ ଗଣେଶ ନାୟକ (୨୫) ଓ ହୃଷିକେଶ ପାତ୍ର (୨୭)। ଉଭୟଙ୍କ ନାମରେ ୬ଟି ହତ୍ୟା ମାମଲା ରହିଥିବା ନେଇ ଶନିବାର ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସପି ପିନାକ ମିଶ୍ର ଏନେଇ ସୂଚନା ଦେଇଛନ୍ତି। ଏହି ହତ୍ୟାକାଣ୍ଡ ପଛରେ ପୂର୍ବ ଶତ୍ରୁତା ଓ ମଦ ବ୍ୟବସାୟ ରହିଥିବା ପୋଲିସ ପ୍ରାଥମିକ ତଦନ୍ତକୁ ଆଧାର କରି ଅନୁମାନ କରୁଛି ।

ମନୋଜ ହତ୍ୟା ଘଟଣାରେ ୭ ଜଣଙ୍କ ନାଁରେ ଏତଲା ଦାୟର ହୋଇଥିବା ବେଳେ ପୋଲିସ ଦୁଇ ଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ବୁଲୁ ପ୍ରଥମେ ମନୋଜଙ୍କ ଉପରକୁ ଗୁଳି ଫୁଟାଇବା ପରେ ସେ ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ହୃଷିକେଶ ମନୋଜଙ୍କୁ ଗୋଡ଼ାଇ କାବୁ କରି ଶେଷରେ ଧାରୁଆ ଅସ୍ତ୍ରରେ ତାଙ୍କ ତଣ୍ଟି କାଟି ଦେଇଥିଲେ ବୋଲି ଏସପି ମିଶ୍ର କହିଛନ୍ତି। ଉଭୟଙ୍କୁ ଜେରା କରିବା ପରେ ଅଧିକ ତଥ୍ୟ ମିଳିବ ବୋଲି ଏସ୍‌ପି କହିଛନ୍ତି। ସେହିପରି ଏହି ହତ୍ୟା ଘଟଣା ପଛରେ ଷଡ଼ଯନ୍ତ୍ରକାରୀ ଓ ସୁପାରିକିଲରଙ୍କୁ ଠାବ କରିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି ବୋଲି ସେ ପ୍ରକାଶ କରିଛନ୍ତି। ଏହି ହତ୍ୟା ଘଟଣାର ଅପରାଧିଙ୍କୁ ଚିହ୍ନଟ କରିବା ଓ ସେମାନଙ୍କ ଗତିବିଧି ଉପରେ ନଜର ରଖିବା ସହ ଶୁକ୍ରବାର ଏନକାଉଣ୍ଟର ଘଟଣାରେ ୩ଟି ସ୍ବତନ୍ତ୍ର ଟିମ, ଏଏସ୍‌ପି ପ୍ରଭାତ ରାଉତରାୟ, ବ୍ରହ୍ମପୁର ଏସଡିପିଓ ବିଷ୍ଣୁ ପ୍ରସାଦ ପତି, ଆସିକା ଏସ୍‌ଡିପିଓ ଏସ୍‌ଏମ୍‌ ପ୍ରଧାନଙ୍କ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ ବୋଲି ଏସପି କହିଛନ୍ତି।

ପ୍ରକାଶ ଯେ, ଶୁକ୍ରବାର ରାତ୍ର ସାଢ଼େ ୧୧ଟା ବେଳେ ମନୋଜ ଜେନା ହତ୍ୟା ମାମଲାର ଅଭିଯୁକ୍ତମାନେ ଗୋଳନ୍ଥରା ଦେଇ ଆନ୍ଧ୍ରପ୍ରଦେଶକୁ ଫେରାର ହୋଇଯିବା ପାଇଁ ଉଦ୍ୟମ କରୁଥିଲେ। ଏହାର ଖବର ପାଇ ଏସ୍‌ପିଙ୍କ ନିର୍ଦ୍ଦେଶରେ ଗୋଷାଣୀ ନୂଆଗାଁ ଥାନାଧିକାରୀ ସୁମିତ କୁମାର ସୋରେନ, ବୈଦ୍ୟନାଥପୁର ଥାନା ଏସ୍‌ଆଇ କୈଶିକ ମାଝି ଏକ ଟିମ୍‌ ନେଇ ଅପରାଧିଙ୍କ ପିଛା କରିଥିଲେ। ଅପରାଧିମାନେ ଗୋଳନ୍ଥରା ଥାନା ଅନ୍ତର୍ଗତ ରଣ୍ଢା ନିକଟ ଅମିତ ହସ୍ପିଟାଲ ଜାତୀୟ ରାଜପଥ ଦେଇ ଯାଉଥିବା ବେଳେ ପୋଲିସକୁ ଦେଖି ସେମାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ଏହାର ଜବାବରେ ପୋଲିସ ପାଲଟା ଫାଇରିଂ କରିଥିଲା । ଫଳରେ ହୃଷିକେଶ ଓ ବୁଲୁଙ୍କ ଗୋଡ଼ରେ ଗୁଳି ବାଜିଥିଲା। ଉଭୟ ଆହତ ହୋଇ ବାଇକରୁ ଖସି ତଳେ ପଡ଼ି ଯାଇଥିଲେ। ସେପଟେ ଅନ୍ୟ ତିନିଜଣ ଅଭିଯୁକ୍ତ ବାଇକ ଧରି ଆନ୍ଧ୍ରପ୍ରଦେଶ ଅଭିମୁଖେ ଚମ୍ପଟ ମାରିଥିଲେ ବୋଲି ଏସପି କହିଛନ୍ତି। ପୋଲିସ ଘଟଣାସ୍ଥଳରୁ ଉଭୟଙ୍କୁ ଗିରଫ କରିଥିବା ବେଳେ ଏକ ଦେଶୀ ପିସ୍ତଲ, ତିନୋଟି ଗୁଳି ଓ ଗୋଟିଏ ବାଇକ ଜବତ କରିଥିଲା। ଉଭୟଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେମାନଙ୍କୁ ଏମ୍‌କେସିିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଶନିବାର ଖବରଦାତା ସମ୍ମିଳନୀରେ ଏସ୍‌ପି ମିଶ୍ରଙ୍କ ସମେତ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ, ଆସିକା ଏସ୍‌ଡିପିଓ ଏସ୍‌ଏମ୍‌ ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri