ଆସିକା ଲୋକ ସଭା: ୨ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରମିଳା ବିଷୋୟୀ

ବ୍ରହ୍ମପୁର ଅଫିସ,୨୪ା୫-ଆସ୍କା ଲୋକ ସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀନୀ ପ୍ରମିଳା ବିଷୋୟୀ। ସେ ଦୁଇ ଲକ୍ଷରୁ ଅଧିକ ଭୋଟରେ ବିଜୟ ହାସଲ କରିଛନ୍ତି। ପ୍ରମିଳାଙ୍କୁ ୫ଲକ୍ଷ ୫୨ହଜାର ୭୪୯ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଅନିତା ଶୁଭଦର୍ଶିନୀଙ୍କୁ ମିଳିଛି ୩ଲକ୍ଷ ୪୮ହଜାର ୪୨ ଖଣ୍ଡ ଭୋଟ। ଉଭୟଙ୍କ ମଧ୍ୟରେ ଭୋଟ ବ୍ୟବଧାନ ରହିଛି ୨ ଲକ୍ଷ ୪ହଜାର ୭୦୭। ପ୍ରମିଳାଙ୍କୁ ୫୪.୫୨% ଭୋଟ ମିଳିଥିବା ବେଳେ ଅନିତାଙ୍କୁ ମିଳିଛି ୩୪.୩୩% ଭୋଟ।
ଏହି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ହୋଇଥିବା ବହୁଜନ ସମାଜ ପାର୍ଟିର ପୂର୍ଣ୍ଣଚନ୍ଦ୍ର ନାୟକଙ୍କୁ ୮, ୫୪୯, ସିପିଆଇର ରାମକୃଷ୍ଣ ପଣ୍ଡାଙ୍କୁ ୫୯, ୯୭୮, ଅଲ୍‌ ଇଣ୍ଡିଆ ଫରୱାଡ ବ୍ଲକର ରାଜୀବ ଚନ୍ଦ୍ର ଖା ୫,୯୮୭, ସିପିଆଇ(ଏମ୍‌-ଏଲ୍‌) ରେଡଷ୍ଟାର ଶଙ୍କର ସାହୁଙ୍କୁ ୫,୯୯୯, ସ୍ବାଧୀନର ଚକ୍ରଧର ସାହୁଙ୍କୁ ୭, ୭୩୮ ଏବଂ କେ.ଶ୍ୟାମ ବାବୁ ସୁବୁଦ୍ଧିଙ୍କୁ ୭, ୪୭୬ ଖଣ୍ଡ ଭୋଟ ମିଳିଛି। ନୋଟାରେ ୧୭, ୩୪୪ ଭୋଟ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri