ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କର ଆୟ ବୃଦ୍ଧି କରିବା ଏବଂ ବଜାର ସୁବିଧା କରିବା ସକାଶେ ରାଜ୍ୟ ସରକାର ଖୁବଶୀଘ୍ର ଓଡ଼ିଶା କୃଷି ନୀତି-୨୦୧୯ ଆଣିବାକୁ ଯାଉଛନ୍ତି। ଏ ନେଇ ଚିଠା ନୀତି ପ୍ରସ୍ତୁତି ଆରମ୍ଭ ହୋଇଛି। ମଙ୍ଗଳବାର ସଚିବାଳୟଠରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ନୂତନ କୃଷି ନୀତି ସକାଶେ ଆସନ୍ତା ୨ ସପ୍ତାହ ମଧ୍ୟରେ ନିଜର ମତାମତ ଦେବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ବହୁମୁଖୀ ଚାଷ ସହ ଉତ୍ପାଦନକୁ ମୂଲ୍ୟଯୁକ୍ତ କରିବା ଉପରେ ଉନ୍ନୟନ କମିଶନର ଗୁରୁତ୍ୱ ଦେଇଥିବା ବେଳେ କୃଷି ଉତ୍ପାଦନ କମିଶନର ଗଗନ କୁମାର ଧଳ ଜଳବାୟୁ ପରିବର୍ତ୍ତନ ଉପଯୋଗୀ ବିହନ ଉତ୍ପାଦନ କରିବାକୁ ପ୍ରସ୍ତାବ ଦେଇଥିଲେ । ୨୦୧୮-୧୯ରେ କୃଷି କ୍ଷେତ୍ରରେ ୭୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି। ୨୦୧୬-୧୭ରେ ଓଡ଼ିଶା ୧୧୭ ମେଟ୍ରିକ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ କରି ବଳକା ରାଜ୍ୟ ଭାବେ ପରିଗଣିତ ହୋଇଛି।
ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା
ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ
ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…
ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…
ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…
ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ
ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…
ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ
ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…
ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…
ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…
Archives

