ଆସିମ୍‌ଙ୍କ ସମର୍ଥନରେ WWE ଷ୍ଟାର ଜନ୍‌: ଧନ୍ୟବାଦ ଜଣାଇଲେ ପ୍ରଶଂସକ

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’ର ଫାଇନାଲ ଯେତେ ପାଖେଇ ଆସୁଛି, ପ୍ରତିଯୋଗୀମାନେ ସେତିକି ବିଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ବଡ଼ କଳାକାର ନଚେତ ପ୍ରତିଭାବାନ ବ୍ୟକ୍ତିବିଶେଷମାନେ ଭିନ୍ନ ପ୍ରତିଯୋଗୀଙ୍କ ସମର୍ଥନରେ ମଧ୍ୟ ବାହାରୁଛନ୍ତି। ସେମାନଙ୍କ ମଧ୍ୟରୁ ଆସିମ୍‌ ରିଆଜ୍‌ଙ୍କ ସମର୍ଥନରେ ଏବେ ବାହାରିଛନ୍ତି ଡବ୍ଲୁଡବ୍ଲୁଇର ଖ୍ୟାତନାମା ରେସଲର୍‌ ଜନ୍‌ ସିନା। ସେ ନିଜ ଇନ୍‌ଷ୍ଟା ଆକାଉଣ୍ଟରେ ଆସିମଙ୍କ ଏକ ଫଟୋ ପୋଷ୍ଟ କରିବା ପରେ ଭାଇରାଲ ହେଉଛି। ଜନ୍‌ଙ୍କୁ ଏଥିପାଇଁ ଧନ୍ୟବାଦ ଦେଇଛନ୍ତି ଆସିମ୍‌ଙ୍କ ପ୍ରଶଂସକ।

 

View this post on Instagram

 

A post shared by John Cena (@johncena) on

ପୂର୍ବରୁ ମଧ୍ୟ ଜନ୍‌ ଭାରତୀୟ କଳାକାରଙ୍କ ଫଟୋ ନିଜ ପୃଷ୍ଠାରେ ଶେୟାର କରିଛନ୍ତି। ବଲିଉଡ ଅଭିନେତା ରଣବୀର ସିଂଙ୍କ ଫଟୋ ସେ ଇନ୍‌ଷ୍ଟାରେ ପୋଷ୍ଟ କରିଥିଲେ। ନିକଟରେ ଜନ୍‌ଙ୍କ ଫିଲ୍ମ ‘ଫ୍ଲାଇଙ୍ଗ୍‌ ଉଇଥ୍‌ ଫାୟାର୍‌’ ରିଲିଜ ହୋଇଛି। ଏଥିରେ ତାଙ୍କ ଅଭିନୟକୁ ସମସ୍ତେ ପସନ୍ଦ କରୁଛନ୍ତି।


ଅପରପକ୍ଷେ ବିଗ୍‌ବସ୍‌ ଶୋ’ ଆଉ ମାତ୍ର ଦୁଇ ସପ୍ତାହ ମଧ୍ୟରେ ଶେଷ ହେବ। ଏବେ ଘରେ ସାତଜଣ ପ୍ରତିଯୋଗୀ ଥିବାବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ବାହାରିବେ। ସେମାନଙ୍କ ମଧ୍ୟରୁ ସିଦ୍ଧାର୍ଥ ଶୁକ୍ଳା, ଆସିମ ରିଆଜ, ଶହନାଜ ଗିଲ, ପାରସ ଛାବଡା ଏବଂ ରଶ୍ମୀ ଦେଶାଇ ଫାଇନାଲିଷ୍ଟ ହେବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri