ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ବୁହାହେଲେ ପ୍ରସୂତି

ରତ୍ନଗିରି,୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଆଉ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ନ ଆସିବାରୁ ଜଣେ ପ୍ରସୂତିଙ୍କୁ ଟ୍ରଲିରେ ବୁହାଯାଇଥିବା ଦେଖିବାକୁ ମିଳିଛି।

ସୂଚନାନୁଯାୟୀ, ଉକ୍ତ ପଞ୍ଚାୟତର କନକଲତା ଓଝା(୩୫)ଙ୍କୁ ବୁଧବାର ପ୍ରସବ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କ ପରିବାର ପକ୍ଷରୁ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବା ପାଇଁ ୧୦୪ଓ ୧୦୮ ନଂକୁ ଯୋଗାଯୋଗ କରାଯାଇଥିଲା। ମାତ୍ର ଦୀର୍ଘ ସମୟ ଧରି ଆମ୍ବୁଲାନ୍ସ ନେଇ ସୂଚନା ନ ମିଳିବାରୁ ଓ ପ୍ରସବ ଯନ୍ତ୍ରଣା ଅସହ୍ୟ ହେବାରୁ ବାଧ୍ୟ ହୋଇ ପରିବାର ଲୋକେ ତାଙ୍କୁ ଏକ ଟ୍ରଲିରେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ବାଟରେ ବାଲିଆପାଳ ବିଧାନଚନ୍ଦ୍ର ଏକାଡେମୀ ନିକଟରୁ ଏକ ଆମ୍ବୁଲାନ୍ସ ଯୋଗେ ମହିଳାଙ୍କୁ ବରୀ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଦାୟିତ୍ୱରେ ଥିବା ଡାକ୍ତର ଜିନ୍ନତ ଦାସ ସମସ୍ତ ପରୀକ୍ଷା କରିବା ପରେ ଉକ୍ତ ମହିଳାଜଣଙ୍କ ସେଠାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ପିଲାଟି ଜନ୍ମ ହେବା ସମୟରେ ୩.୧କିଗ୍ରା ହୋଇଥିଲେ ମଧ୍ୟ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି। ଅପରପକ୍ଷେ ସମ୍ପୃକ୍ତ ମହିଳା ଜଣଙ୍କ ଗର୍ଭଧାରଣ ସମୟରୁ ଶେଷ ପର୍ଯ୍ୟନ୍ତ କୌଣସି ସ୍ବାସ୍ଥ୍ୟ ପରୀକ୍ଷା କରି ନ ଥିବା ବେଳେ ଅଲ୍‌ଟ୍ରାସାଉଣ୍ଡ କରିନାହାନ୍ତି। ଏପରିକି ସେହି ପଞ୍ଚାୟତ ଦାୟିତ୍ୱରେ ଥିବା ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ନିକଟରେ ଗର୍ଭଧାରଣ ସମ୍ପର୍କିତ କୌଣସି ସୂଚନା ଦେଇ ନ ଥିବା ଜଣାପଡ଼ିଛି।

ଶିଶୁ ଜନ୍ମ ହେବା ପରେ ମହିଳାଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ହେବାରୁ ଅଧିକ ଚିକିତ୍ସା ନିମନ୍ତେ ତାଙ୍କ ପରିବାରଠାରୁ ଏକ ଅଣ୍ଡରଟେକିଂ ରଖାଯାଇଥିବା ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ଼.କୌଶିକ ପାତ୍ର ସୂଚନା ଦେଇଛନ୍ତି। ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

ଗର୍ଭବତୀ ମହିଳାମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବା କ୍ଷେତ୍ରରେ ଅବ୍ୟବସ୍ଥା ବିଷୟରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପଚାରିବାରେ ସେ କୁହନ୍ତି, ଯଦି ଏପରି ସମସ୍ୟା ଆଗକୁ ଉପୁଜେ ଯଥାଶୀଘ୍ର ଆମ୍ଭକୁ ଯୋଗଯୋଗ କଲେ ଆମେ ଏହାର ବ୍ୟବସ୍ଥା କରିବୁ । ପ୍ରସୂତି ମାନଙ୍କୁ ପ୍ରସବ ନିମନ୍ତେ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯିବାକୁ ଭଡା ଗାଡି ଯୋଗାଇ ଦେବା କ୍ଷେତ୍ରରେ ସବୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀଙ୍କୁ ପତ୍ର ମାଧ୍ୟମରେ ସୂଚନା ଦିଆଯାଇଛି। ଆଗକୁ ଏଭଳି ସମସ୍ୟା ଯେପରି ନ ହୁଏ ସେଥିପ୍ରତି ଆମେ ଯତ୍ନବାନ ହେବୁ ବୋଲି ଡ଼.ସୁଧାଂଶୁ ଶେଖର ବଳ ଧରିତ୍ରୀକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri