ଆସୁଛି ‘ଅମ୍ଫନ୍‌’: ବିଳମ୍ବିତ ରାତିରେ ବଢ଼ିପାରେ ପବନର ବେଗ; ବୁଧବାର ୧୨-୨ଟା ମଧ୍ୟରେ ଅତିକ୍ରମ କରିବ ଓଡ଼ିଶା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ‘ଅମ୍ଫନ୍‌’ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଘଣ୍ଟାକୁ ୧୮ କିମି ବେଗରେ ଏହା ସ୍ଥଳଭାଗ ମୁହାଁ ହେଉଛି। ବୁଲବୁଲ୍‌ଠାରୁ ଏହାର ତିବ୍ରତା ଅଧିକ ରହିବ। ହେଲେ ସମାନ ଅଞ୍ଚଳରେ ଅମ୍ଫନର ପ୍ରଭାବ ପଡ଼ିବ। ମଙ୍ଗଳବାର ବିଳମ୍ବିତ ରାତିରୁ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ବଢ଼ିପାରେ। ସନ୍ଧ୍ୟାରୁ ଉପକୂଳରେ ବର୍ଷା ଓ ପବନ ହେବ। ପ୍ରାୟତଃ ୫୦-୬୫, ୭୦-୭୫ କିମି ଭିତରେ ପବନର ବେଗ ରହିବ। ବୁଧବାର ସକାଳଠାରୁ ପବନର ବେଗ ବଢ଼ିବ। ଭୋଗରାଇ, ତାଳସାରି ଅଞ୍ଚଳରେ ପବନର ବେଗ ଅଧିକ ରହିବ। ଏସବୁ ଅଞ୍ଚଳରେ ପବନର ବେଗର ୧୦୦ରୁ ୧୨୫ କିମି ହୋଇପାରେ। ବୁଧବାର ଦିନ ୧୨ଟାରୁ ୨ ମଧ୍ୟରେ ଓଡ଼ିଶାର ଅତିକ୍ରମ କରିବ ବାତ୍ୟା। ହେଲେ ମଧ୍ୟାହ୍ନ ପରେ ୨-୩ଟା ପର୍ଯ୍ୟନ୍ତ ଏସବୁ ଅଞ୍ଚଳରେ ପବନର ବେଗ ଅଧିକ ରହିବା ନେଇ ଆକଳନ କରାଯାଉଛି। ପରେ ଏହା ଧିରେ ଧିରେ କମିବ। ବୁଲ୍‌ବୁଲଠାରୁ ଅଧିକ ପ୍ରଭାବ ରହିବ। ହେଲେ ବୁଲ୍‌ବୁଲ୍‌ ଯେଉଁ ସବୁ ଜିଲାକୁ ପ୍ରଭାବିତ କରିଥିଲା ସେହି ଜିଲାରେ ମଧ୍ୟ ଅମ୍ଫନର ପ୍ରଭାବ ପଡ଼ିବ ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri