ଆସୁଛି ଆଉ ଏକ ମହାପ୍ରଳୟ

ନ୍ୟୁୟର୍କ: ଆଜକୁ ୨୬୦ ମିଲିଅନ ଅର୍ଥାତ୍‌ ପାଖାପାଖି ୨୬ କୋଟି ବର୍ଷ ପୂର୍ବେ ପୃଥିବୀ ସାମୂହିକ ବିନାଶର ବା ମହାପ୍ରଳୟର ସମ୍ମୁଖୀନ ହୋଇଥିଲା। ସେ ସମୟରେ ପୃଥିତ୍ବୀ ଜୀବଜନ୍ତୁ ବିହୀନ ହୋଇଯାଇଥିଲା। ଏହାସହ ଭୂଗର୍ଭ ତଥା ବାହ୍ୟ କାରଣ ଯୋଗୁ ୬ଥର ପୃଥିବୀରେ ମହାପ୍ରଳୟ ସଂଘଠିତ ହୋଇଯାଇଛି। ଏବେ ଗବେଷକମାନେ ଆଉ ଏକ ମହାପ୍ରଳୟର ଆଶଙ୍କା କରିଛନ୍ତି । ଆମେରିକା ନ୍ୟୁୟର୍କ ୟୁନିଭର୍ସିଟିର ପ୍ରାଧ୍ୟାପକ ମିଶେଲ ରେମ୍ପିନୋ କହନ୍ତି,ପୂର୍ବରୁ ପରିବେଶ ଅସନ୍ତୁଳନ ଯୋଗୁ ମହାପ୍ରଳୟ ଆସିଥିଲା। ବଡ଼ଧରଣର ବନ୍ୟା ଓ ଜ୍ୱଳାମୁଖୀ ବିସ୍ଫୋରଣ ଘଟଣା ଘଟିଥିଲା। ଜ୍ୱାଳାମୁଖୀରୁ ଲାଭା ଉଦ୍‌ଗୀରଣ ହୋଇ ଲକ୍ଷ ଲକ୍ଷ କିଲୋମିଟର ପୃଥିବୀରେ ମାଡିଯିବା ଦ୍ୱାରା ଜୀବଜନ୍ତୁ ଲୋପ ପାଇଯାଇଥିଲା। ଏବେ ପୃଥିବୀରେ ତାପମାନ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହାଦ୍ୱାରା ଖୁବ୍‌ ଶୀଘ୍ର ଆମକୁ ଆଉ ଏକ ମହାପ୍ରଳୟର ସାକ୍ଷୀ ହେବାକୁ ପଡିବ। ପୂର୍ବରୁ ଏମିତି ଘଟଣା ଘଟିଥିବାରୁ ବୈଜ୍ଞାନିକମାନେ ଏବକାର ବିଶ୍ୱତାପମାନ ବୃଦ୍ଧି ଆଉ ଏକ ମହାପ୍ରଳୟର ସୂଚନା ଦେଉଛି ବୋଲି କହନ୍ତି ରେମ୍ପିନୋ। ଏହି ଗବେଷଣା ସମ୍ବନ୍ଧୀୟ ତଥ୍ୟ ହିଷ୍ଟୋରିକାଲ ବାୟୋଲୋଜିରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?