ଆସୁଛି ବଡ଼ ବର୍ଷା: ୩ରେ ଲଘୁଚାପ

ଭୁବନେଶ୍ୱର,୨।୮(ବ୍ୟୁରୋ) : ଉତ୍ତର ପୂର୍ବ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩ ତାରିଖରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାକୁ ବୁଡ଼ାଇବ। ଏହା ପ୍ରଭାବରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଜଗତ୍‌ସିଂହପୁର ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୪ରୁ ୬ ତାରିଖ ଯାଏ ବର୍ଷା ଲାଗିରହିବ। ଏଥିଯୋଗୁ କେତେକ ନଦୀରେ ବନ୍ୟା ଆସିବାର ସମ୍ଭାବନା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୪ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।
ଜୁନ ପହିଲାରୁ ଅଗଷ୍ଟ ୧ ତାରିଖ ଯାଏ ରାଜ୍ୟରେ ସ୍ବାଭାବିକ ଠାରୁ ୨୨ ପ୍ରତିଶତ କମ୍‌ ବର୍ଷା ହୋଇଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଏହି ସମୟରେ ରାଜ୍ୟରେ ୫୭୩.୪ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ମାତ୍ର ୪୪୦.୪ ମିଲିମିଟର। ରାଜ୍ୟର ୧୦ଟି ଜିଲାରେ ବର୍ଷାଭାବରୁ ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ସମୟରେ ଅନୁଗୋଳ ଜିଲାରେ ୩୩ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ବଲାଙ୍ଗୀର ୩୪, ବାଲେଶ୍ୱର ୪୪, ଦେବଗଡ଼ ୩୪, ଯାଜପୁର ୩୨, କନ୍ଧମାଳ ୩୧, କେନ୍ଦୁଝର ୩୧, ମୟୂରଭଞ୍ଜ ୩୪, ସମ୍ବଲପୁର ୩୨ ଏବଂ ସୁନ୍ଦରଗଡ଼ ଜିଲାରେ ୩୫ ପ୍ରତିଶତ କମ୍‌ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri