ଆସୁଛି ବଡ଼ ବର୍ଷା: ୩ରେ ଲଘୁଚାପ

ଭୁବନେଶ୍ୱର,୨।୮(ବ୍ୟୁରୋ) : ଉତ୍ତର ପୂର୍ବ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩ ତାରିଖରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାକୁ ବୁଡ଼ାଇବ। ଏହା ପ୍ରଭାବରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଜଗତ୍‌ସିଂହପୁର ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୪ରୁ ୬ ତାରିଖ ଯାଏ ବର୍ଷା ଲାଗିରହିବ। ଏଥିଯୋଗୁ କେତେକ ନଦୀରେ ବନ୍ୟା ଆସିବାର ସମ୍ଭାବନା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୪ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।
ଜୁନ ପହିଲାରୁ ଅଗଷ୍ଟ ୧ ତାରିଖ ଯାଏ ରାଜ୍ୟରେ ସ୍ବାଭାବିକ ଠାରୁ ୨୨ ପ୍ରତିଶତ କମ୍‌ ବର୍ଷା ହୋଇଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଏହି ସମୟରେ ରାଜ୍ୟରେ ୫୭୩.୪ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ମାତ୍ର ୪୪୦.୪ ମିଲିମିଟର। ରାଜ୍ୟର ୧୦ଟି ଜିଲାରେ ବର୍ଷାଭାବରୁ ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ସମୟରେ ଅନୁଗୋଳ ଜିଲାରେ ୩୩ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ବଲାଙ୍ଗୀର ୩୪, ବାଲେଶ୍ୱର ୪୪, ଦେବଗଡ଼ ୩୪, ଯାଜପୁର ୩୨, କନ୍ଧମାଳ ୩୧, କେନ୍ଦୁଝର ୩୧, ମୟୂରଭଞ୍ଜ ୩୪, ସମ୍ବଲପୁର ୩୨ ଏବଂ ସୁନ୍ଦରଗଡ଼ ଜିଲାରେ ୩୫ ପ୍ରତିଶତ କମ୍‌ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri