ଆସୁଛି ବାତ୍ୟା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଆସନ୍ତା ୧୫ ତାରିଖରେ ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ୧୭ ତାରିଖ ବେଳକୁ ଏହା ଆହୁରି ବଳ ଯୋଗାଡ଼ କରି ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେବ। ପ୍ରାଥମିକ ଆକଳନ ଅନୁଯାୟୀ ବାତ୍ୟା ପ୍ରଥମେ ପଶ୍ଚିମ ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ। ଏହା ପରେ ଦିଗ ବଦଳାଇ ଉତ୍ତର ପୂର୍ବ ଦିଗକୁ ଗତି କରିବ। ଆସନ୍ତା ୧୯ ତାରିଖରେ ବାତ୍ୟା ତାମିଲନାଡ଼ୁ-ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ଦେଇ ସମାନ୍ତରାଳ ରେଖାରେ ଗତି କରିବା ସମ୍ଭାବନା ରହିଛି। ମେ ୧୯ କିମ୍ବା ୨୦ ତାରିଖରେ ବାତ୍ୟା ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସହିତ ୪୦ରୁ ୫୦ କି.ମି.  ବେଗରେ ପବନ ବହିବା ସମ୍ଭାବନା ରହିଛି। ତେବେ କେତେକ ପାଣିପାଗ ମଡେଲ ଏହା ବାଂଲାଦେଶ ଆଡ଼କୁ ଯିବ ବୋଲି ପୂର୍ବାନୁମାନ କରିଛନ୍ତି। ଆସନ୍ତା ୧୫ ତାରିଖ ବେଳକୁ ବାତ୍ୟାର ରୂପରେଖ କିପରି ହେବ ଓ କେଉଁ ଆଡ଼କୁ ଗତି କରିବ ସେ ନେଇ ସ୍ପଷ୍ଟ କରାଯାଇ ପାରିବ ବୋଲି ଅବସରପ୍ରାପ୍ତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଶରତ କୁମାର ସାହୁ କହିଛନ୍ତି।
ବାତ୍ୟା ପାଇଁ ପାଗ ଅନୁକୂଳ ରହିଛି। ସ୍ଥଳଭାଗରେ ଗରମ ବାୟୁ ପ୍ରବାହ ହେବା ସହିତ ସାମୁଦ୍ରିକ ଜଳର ତାପମାତ୍ରା ୩୦ ଡିଗ୍ରୀ ସେଲ୍‌ସିୟସ ପାଖାପାଖି ରହୁଛି। ବାୟୁମଣ୍ଡଳର ଉପରିଭାଗରେ ଅର୍ଥାତ୍‌ ସମୁଦ୍ର ପତ୍ତନରୁ ୧୨ କି.ମି. ଉପରେ ପବନର ବେଗ ଅଧିକ ଥିବାବେଳେ ତଳ ଭାଗରେ ଗତି କମ୍‌ ରହୁଛି। ବାତ୍ୟା ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗମନ ସୁଗମ ହେବ। ନିର୍ଦ୍ଧାରିତ ସମୟରେ ଅର୍ଥାତ୍‌ ଆସନ୍ତା ୧୬ କିମ୍ବା ୧୭ ତାରିଖରେ ମୌସୁମୀ ଆଣ୍ଡାମାନ ଉପକୂଳକୁ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାତ୍ୟା ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ବାତ୍ୟା ଦାନା ବାନ୍ଧୁ ଥିବାରୁ ରାଜ୍ୟରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ। ପାରଦ ୪୫ ଡିଗ୍ରୀକୁ ଛୁଇଁବ ବୋଲି ଅନୁମାନ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି ଏବଂ ରାଜ୍ୟର ଅନ୍ୟାନ୍ୟ ଭାଗରେ ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟରେ ସୁନ୍ଦରଗଡ଼, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri