ଆସୁଛି ବାତ୍ୟା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଆଣ୍ଡାମାନ ନିକଟସ୍ଥ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୫.୮ କିଲୋମିଟର ବ୍ୟାପି ରହିଛି। ଧୀରେ ଧୀରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତ(ଡିପ୍ରେଶନ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଲଘୁଚାପ ଡିପ୍‌ ଡିପ୍ରେଶନ ବା ଭୟଙ୍କର ଅବପାତ ରୂପ ନେଇ ଉତ୍ତର ପଶ୍ଚିମ ଦିଗ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି।
ଅବପାତ ଆସନ୍ତା ୮ ତାରିଖ ବେଳକୁ ବାତ୍ୟାରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି। ବାତ୍ୟାର ଗତି କେଉଁ ଆଡ଼କୁ ରହିବ ଓ କେତେ ବେଗରେ କୂଳକୁ ଧକ୍କା ଦେବ ତାହା ଆଉ ଦିନେ ଦୁଇଦିନ ମଧ୍ୟରେ ସ୍ପଷ୍ଟ ହୋଇଯିବ । ତେବେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ଲଘୁଚାପ ବାତ୍ୟାରେ ପରିଣତ ହୋଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବ। ପୁରୀ ଜିଲାର ବ୍ରହ୍ମଗିରି କିମ୍ବା କୃଷ୍ଣ ପ୍ରସାଦ ବ୍ଲକ ମଧ୍ୟଦେଇ ସ୍ଥଳ ଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ସ୍ଥଳ ଭାଗକୁ ଛୁଇଁବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିବ ବୋଲି ଅନୁମାନ କରାଯାଇଛି। ବାତ୍ୟାର ପ୍ରଭାବରେ ଆସନ୍ତା ୮ ତାରିଖରେ ହାଲ୍‌କା ବର୍ଷା ହେବ। ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଆଦି ଜିଲାରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୧୧୫ .୬ ମିଲିମିଟରରୁ ୨୦୪.୪ ଏବଂ କେତେକ ସ୍ଥାନରେ ୨୦୪.୫ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର ଆଦି ଜିଲାରେ ମଧ୍ୟମ ଧରଣର ବର୍ଷା ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଆସନ୍ତା ୪ ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚାନ ଦିଆଯାଇଛି । ଆସନ୍ତା ୭ ତାରିଖ ବେଳକୁ ସମୁଦ୍ର ଉପକୂଳ ଅଶାନ୍ତ ରହିବ। ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ଆରମ୍ଭ ହୋଇଯିବ।
ସମ୍ଭାବ୍ୟ ବାତ୍ୟା ଦାନା ବାନ୍ଧିଲେ ଏହାର ନାମ ‘ବୁଲବୁଲ’ ଦିଆଯିବ। ପରବର୍ତ୍ତୀ ସିରିଏଲ ଅନୁଯାୟୀ ପାକିସ୍ତାନର ନାମ ଦେବା ଅଧିକାର ପଡୁଥିବାରୁ ସେହି ଦେଶ ଦେଇଥିବା ନାମ ଅନୁସାରେ ଏହି ବାତ୍ୟାର ନାମକରଣ ବୁଲବୁଲ କରାଯିବ। ଅନ୍ୟ ପକ୍ଷରେ ଆଉ ଏକ ବାତ୍ୟା ଆରବ ସାଗରରେ ସୃଷ୍ଟି ହୋଇଛି। ଏହାର ନାମ ଓମାନ ଦେଶର ନାମ ଅନୁଯାୟୀ ‘ମହା’ ଦିଆଯାଇଛି। ଏହି ବାତ୍ୟା ଦୁର୍ବଳ ହେବା ପରେ ବୁଲବୁଲ୍‌ର ପ୍ରକୃତ ବଳ ବିଷୟରେ ସ୍ପଷ୍ଟ ସଙ୍କେତ ମିଳିବ। ଏହା ପରେ ନାମକରଣ କରାଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ମୁକାବିଲା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅନ୍ୟ ବିଭାଗଗୁଡ଼ିକ ପ୍ରସ୍ତୁତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ବାତ୍ୟାର ସ୍ପଷ୍ଟଚିତ୍ର ମିଳି ନାହିଁ। ଏ ନେଇ ସମ୍ପୂର୍ଣ୍ଣ ରିପୋର୍ଟ ମିଳିବା ପରେ ପ୍ରସ୍ତୁତିକୁ ଜୋରଦାର କରାଯିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri